Sunday, October 4, 2026
28.6 C
Odisha

    ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ,ଡବଲ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷିବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଓଡ଼ିଶାକୁ ଭୀଷଣ ଭାବରେ ଭିଜାଇବ ଡବଲ ଲଘୁଚାପ। ପଶ୍ଚିମବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ବର୍ଷା ହେଉଥିବା ବେଳେ ଆଜି କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଗୋଟେ ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହେବ। ୩ ଦିନ ଭିଜିବ ସାରା ଓଡ଼ିଶା। କିନ୍ତୁ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ।
    କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ମୁଷଳଧାରାରେ ବର୍ଷା ହେବାର ସମ୍ଭାବନା ରହିଛି। ଭୀଷଣ ବର୍ଷା ନେଇ ଆଜି ମାଲକାନଗିରି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ।

    ସେହିପରି ପ୍ରବଳ ବର୍ଷା ନେଇ ଗଜପତ, ରାୟଗଡ଼ା, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ୟୋଲୋ ୱାର୍ଣ୍ଣିଂ। ଏହି ସବୁ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ଆକଳନ କରାଯାଇଛି। ବାକି ୨୫ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପବନ ବି ହୋଇପାରେ।
    କିଛି ଜିଲ୍ଲାରେ ପ୍ରବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ଏବଂ କେତେକ ସ୍ଥାନରେ ୪୦ରୁ ୫୦ କିଲୋମିଟର ରହିପାରେ। ଆସନ୍ତାକାଲି ମଧ୍ୟ ରହିବ ବର୍ଷା ପବନର ପ୍ରଭାବ।

    କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରାୟଗଡ଼ା, କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଉତ୍ତର ଉପକୂଳ ଏବଂ ଓଡ଼ିଶାର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା ରହିଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଆସନ୍ତାକାଲି ସୁଦ୍ଧା ଘନୀଭୁତ ହୋଇ ଅବପାତରେ ପରିଣତ ହୋଇପାରେ। ୨୮ ତାରିଖ ଯାଏଁ ମତ୍ସଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ