Saturday, February 28, 2026
22.4 C
Odisha

    ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ : ଆଇଏମଡି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :  ବଙ୍ଗୋପସାଗରରେ ସୃଷ୍ଟି ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତରେ ପରିଣତ ହୋଇଥିବା ସୂଚନା ମିଳିଛି । ଅବପାତ ଉତ୍ତର ଆଡକୁ ଗତି କରି ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି । ପାରାଦ୍ୱୀପ ଠାରୁ ୧୯୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବାରୁ ଏହାର ପ୍ରଭାବରେ ରାଜ୍ୟରେ ପାଗ କୋହଲା ରହିଥିବା ବେଳେ କିଛି ଜିଲ୍ଲାରେ ବର୍ଷା ହୋଇଛି । ଆଜି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅଧିକାଂଶ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଅରେଞ୍ଜ ୱାର୍ଣ୍ଣିଂ  ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା । ଏହି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଯାଏଁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ନଯିବାକୁ ବାରଣ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    39 %
    2.5kmh
    4 %
    Sat
    23 °
    Sun
    36 °
    Mon
    36 °
    Tue
    37 °
    Wed
    38 °

    ସମ୍ବନ୍ଧିତ