Friday, October 18, 2024
25 C
Odisha

    ବଜେଟ ୨୦୨୪-୨୫: ଶିକ୍ଷାକୁ ଗୁରୁତ୍ବ , ଶିକ୍ଷା କ୍ଷେତ୍ର ପାଇଁ ୩୫ ହଜାର ୫୩୬ କୋଟି ଟଙ୍କାର ବ୍ୟୟବରାଦ; ପଢନ୍ତୁ ପୁରା ଖବର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଧାନସଭାରେ ରାଜ୍ୟ ବଜେଟ୍ ଆଗତ ହୋଇଛି। ଏହା ମୋହନ ସରକାରଙ୍କ ପ୍ରଥମ ବଜେଟ। ବିଧାନସଭାରେ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ହୋଇଛି ପୂର୍ଣ୍ଣାଙ୍ଗ ବଜେଟ। ଚଳିତ ବଜେଟର ମୋଟ ଆକଳନ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି। ଏଥି ମଧ୍ୟରୁ ଶିକ୍ଷା କ୍ଷେତ୍ର ପାଇଁ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।

    * ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୨୬,୩୯୧ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।
    * ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।

    * ଗଙ୍ଗାଧର ମେହେର ଶିକ୍ଷା ମାନକ ବୃଦ୍ଧି ଯୋଜନା ଅଧୀନରେ ୪୦୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।

    * ପଞ୍ଚସଖା ଶିକ୍ଷା ସେତୁ ଅଧୀନରେ ୩୩୨ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।

    * ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ୧୩୯ କୋଟି ଟଙ୍କା ପ୍ରଦାନ କରାଯାଇଛି ।

    ମୁଖ୍ୟମନ୍ତ୍ରୀ ଛତ୍ରଛତ୍ରୀ ପରିଧାନ ଯୋଜନା ପାଇଁ ୧୦୮ କୋଟି ଟଙ୍କା ପ୍ରଦାନ କରାଯାଇଛି ।

    * ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପାଇଁ ୯୩୫ କୋଟି ଟଙ୍କା ପ୍ରଦାନ କରାଯାଇଛି ।

    * PM-POSHAN ପାଇଁ ୯୯୭ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

    * PM-POSHAN ନିମନ୍ତେ ରାଜ୍ୟ ସହାୟତା ବାବଦରେ ୨୫୮ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

    * ସମଗ୍ର ଶିକ୍ଷା ନିମନ୍ତେ୩,୭୯୧ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

    * ସମଗ୍ର ଶିକ୍ଷା ନିମନ୍ତେ ରାଜ୍ୟ ସହାୟତା ବାବଦରେ ୪୭୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

    * ରାଜ୍ୟମାନଙ୍କ ପାଇଁ ଶିକ୍ଷାଦାନ-ଶିକ୍ଷଣ ଏବଂ ଫଳାଫଳକୁ ସୁଦୃଢ଼ (STARS) ଯୋଜନା ପାଇଁ ୭୧୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

    * PM-SHRI ନିମନ୍ତେ ୨୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

    ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଅନ୍ୟାନ୍ୟ ପଛୁଆ ଜାତି ଛାତ୍ରଛାତ୍ରୀଙ୍କ ମାଟ୍ରିକ ପୂର୍ବବର୍ତୀ ଓ ପରବର୍ତୀ ଛାତ୍ରବୃତ୍ତି ପାଇଁ ୧୧୭୦ କୋଟି ଟଙ୍କା ପ୍ରଦାନ କରାଯାଇଛି ।

    * ଉଚ୍ଚଶିକ୍ଷା ବିଭାଗ ପାଇଁ ୩,୪୭୮ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।

    * ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥ‌ିବା ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ୨୮୦ କୋଟି ଟଙ୍କା ପ୍ରଦାନ କରାଯାଇଛି ।

    * ମେଧାବୀ ଛାତ୍ରଛାତ୍ରୀଙ୍କୁ ଲାପଟପ୍ ବଣ୍ଟନ ପାଇଁ ଗୋଦାବରୀଶ ବିଦ୍ୟାର୍ଥୀ ପ୍ରୋତ୍ସାହନ ଯୋଜନାରେ ୫୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

    * ଆମ କଲେଜ ଆମ ଗୌରବ ପାଇଁ ୧୦କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

    * ସତ୍ୟବାଦୀରେ ଓଡ଼ିଆ ବିଶ୍ବବିଦ୍ୟାଳୟ ପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

    * ଓଡ଼ିଶା ବିଶ୍ବବିଦ୍ୟାଳୟ ଗବେଷଣା ଓ ଉଦ୍ଭାବନ ପ୍ରୋତ୍ସାହନ ଯୋଜନା ପାଇଁ ୩୬ କୋଟି ଟଙ୍କା ପ୍ରଦାନ କରାଯାଇଛି ।

    * ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (USHA ) ପାଇଁ ୧୫୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

    * ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପାଇଁ ୧୫୮୩ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।

    * ଏସିଆ ବିକାଶ ବ୍ୟାଙ୍କ ସହାୟତାରେ ଓଡ଼ିଶା ଦକ୍ଷତା ବିକାଶ ପ୍ରକଳ୍ପ ଅଧୀନରେ ୨୦୦ କୋଟି ଟଙ୍କା ପ୍ରଦାନ କରାଯାଇଛି ।

    * CM-ASPIRE ପାଇଁ ୩୧ କୋଟି ଟଙ୍କା ପ୍ରଦାନ କରାଯାଇଛି ।

    * ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧୀନରେ ଇଞ୍ଜିନିୟରିଂ ସ୍କୁଲ, କଲେଜ, ଆଇଟିଆଇ, ପଲିଟେକ୍ନିକ୍ ଏବଂ ବୈଷୟିକ ବିଶ୍ବବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ୨୬୨ କୋଟି ଟଙ୍କା ପ୍ରଦାନ କରାଯାଇଛି ।

    * ଭୁବନେଶ୍ବରସ୍ଥିତ ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ବବିଦ୍ୟାଳୟ (OUTR) ପାଇଁ ୧୦୦ କୋଟି ଟଙ୍କା ପ୍ରଦାନ କରାଯାଇଛି ।

    * ବୁର୍ଲାସ୍ଥିତ VSSUT ପାଇଁ ୧୨୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    25 ° C
    25 °
    25 °
    89 %
    1.1kmh
    15 %
    Fri
    32 °
    Sat
    31 °
    Sun
    28 °
    Mon
    30 °
    Tue
    29 °

    ସମ୍ବନ୍ଧିତ