Monday, April 6, 2026
31.8 C
Odisha

    ବଡ଼ଧରଣର ଏନକାଉଣ୍ଟର, ଯବାନଙ୍କ ଗୁଳିରେ ୮ ମାଓବାଦୀ ନିହତ

    ଆଗକୁ ପଢନ୍ତୁ

    ବିଜାପୁର ପୋଲିସ ଏବଂ ସିଆର୍‌ପିଏଫ୍ କୋବ୍ରା ଯବାନଙ୍କୁ ବଡ଼ ସଫଳତା । ଛତିଶଗଡ ବିଜାପୁରରେ ଯବାନଙ୍କ ଏନକାଉଣ୍ଟରରେ ୮ ମାଓବାଦୀ ନିପାତ । ଗଙ୍ଗଲୁର ଥାନା ପିଡ଼ିଆ ଜଙ୍ଗଲରେ ହୋଇଛି ଏହି ଏନ୍‌କାଉଣ୍ଟର। ଘଟଣାସ୍ଥଳରୁ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ ହୋଇଛି। ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି। ମାଓବାଦୀଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବା ସମ୍ଭାବନା ରହିଛି। ଏହି ଅପେରସନରେ ପ୍ରାୟ ୧୨ଶହ ଯବାନ ସାମିଲ ହୋଇଥିବା ସୂଚନା ମିଳିଛି ।

    ପିଡ଼ିଆ ଜଙ୍ଗଲରେ ୩୦ରୁ ୪୦ ଜଣ ନକ୍ସଲ ଥିବା ନେଇ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ସେମାନେ ସେଠାରେ କିଛି ଦିନ ହେବ କ୍ୟାମ୍ପ କରି ରହିଥିଲେ। ବିଶେଷ ସୂତ୍ରରୁ ଖବର ପାଇବା ପରେ ସୁକମା, ଦନ୍ତେୱାଡା ଓ ବିଜାପୁର ଆଦି ତିନି ଜିଲ୍ଲାର ପୁଲିସ ସହିତ CRPFର କୋବ୍ରା ଯବାନମାନେ ମିଳିତ ଭାବେ ଏହି ବଡ଼ ଧରଣର ଅପରେସନ କରିଥିଲେ। ବସ୍ତର ପୁଲିସ୍ ଆଇଜି ସୁନ୍ଦରରାଜ ପି. ଙ୍କ ନେତୃତ୍ୱରେ ଏହି ଅପରେସନ ହୋଇଥିଲା। ସେହିଭଳି ତିନି ଜିଲ୍ଲାର SPଙ୍କ ସମେତ ବସ୍ତର DIG ଏହି ଅପରେସନ ଉପରେ ନଜର ରଖିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.8 ° C
    31.8 °
    31.8 °
    38 %
    6kmh
    61 %
    Mon
    30 °
    Tue
    37 °
    Wed
    39 °
    Thu
    39 °
    Fri
    39 °

    ସମ୍ବନ୍ଧିତ