Monday, February 2, 2026
16.4 C
Odisha

    ବଢିଲା ସୁନା ଓ ରୁପା ଦର, ଜାଣନ୍ତୁ ମୂଲ୍ୟ କେତେ

    ଆଗକୁ ପଢନ୍ତୁ

    ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

    ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୪,୮୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୩,୬୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୪,୮୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୩,୬୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୫,୭୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୪,୪୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୪,୯୯୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୩,୭୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୪,୭୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୩,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୪,୮୪୦ ଓ ୧,୨୩,୬୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୧୧,୦୦୦ ଟଙ୍କା ହୋଇଛି ।

    କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –           

    ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    16.4 ° C
    16.4 °
    16.4 °
    94 %
    1.7kmh
    100 %
    Mon
    31 °
    Tue
    31 °
    Wed
    32 °
    Thu
    33 °
    Fri
    32 °

    ସମ୍ବନ୍ଧିତ