Thursday, March 20, 2025
32.2 C
Odisha

    ବଦଳିବ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଠ୍ୟପୁସ୍ତକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠ୍ୟପୁସ୍ତକ ବଦଳିବ । ଜାତୀୟ ପାଠ୍ୟକ୍ରମ ଅନୁସାରେ ଏନସିଇଆରଟି ଦ୍ବାରା ପ୍ରସ୍ତୁତ ପୁସ୍ତକ ସହ ସମାନ୍ତରାଳ ଭାବେ ଏସବୁ ଶ୍ରେଣୀ ପାଇଁ ନୂଆ ପାଠ୍ୟପୁସ୍ତକ ପ୍ରଚଳନ କରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି । ୨୦୨୬-୨୭ ଶିକ୍ଷାବର୍ଷରୁ ନୂଆ ପାଠ୍ୟପୁସ୍ତକ ପ୍ରଚଳନ ପାଇଣ ଲକ୍ଷ୍ୟ ରଖାଯାଇଛି । ଜାତୀୟ ଶିକ୍ଷା ନୀତି ଲାଗୁ ନେଇ ଭୋପାଳ ସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ନିତ୍ୟାନନ୍ଦ ପ୍ରଧାନଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ କମିଟି ଗଠନ ହୋଇଛି । ଏହଗି କମିଟି ଜାତୀୟ ପାଠ୍ୟକ୍ରମ ରୂପରେଖ ଅନୁସାରେ ରାଜ୍ୟ ପାଠ୍ୟକ୍ରମ ରୂପରେଖ ପ୍ରସ୍ତୁତ କରିବ । ଏଭିତରେ ତିନିଟି ବୈଠକ ଅନୁଷ୍ଠିତ ହୋଇସାରିଛି । ଆସନ୍ତା ୨୬ରୁ ୩୦ ତାରିଖ ମଧ୍ୟରେ ଚତୁର୍ଥ ବୈଠକ ଅନୁଷ୍ଠିତ ହେବ । ପାଠ୍ୟକ୍ରମ ଓ ପାଠ୍ୟପୁସ୍ତକ ସମୀକ୍ଷା ପାଇଁ ଗଠନ ହେବ କମିଟି ।

    ସେପଟେ ଏପ୍ରିଲ ୨ରୁ ପ୍ରତି ବିଦ୍ୟାଳୟରେ ଶିଶୁ ବାଟିକା ଖୋଲିବ । ୨୦୨୫-୨୬ ଶିକ୍ଷାବର୍ଷରୁ ଏଠାରେ ୫-୬ବର୍ଷ ବୟସର ପିଲାଙ୍କ ନାମଲେଖା ସହ ପାଠପଢ଼ା ଆରମ୍ଭ ହେବ। ଏନେଇ ପ୍ରସ୍ତୁତି ଓ ପ୍ରକ୍ରିୟା ଆରମ୍ଭ କରିବାକୁ ବିଭାଗୀୟ କମିଶନର କମ୍‌ ସେକ୍ରେଟାରୀ ସାଲିନୀ ପଣ୍ଡିତ ଏକ ବିଜ୍ଞପ୍ତି ଜରିଆରେ ସମସ୍ତ ଜିଲାପାଳ, ଅଧ୍ୟକ୍ଷ ଏବଂ ସମଗ୍ର ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁଯାୟୀ ରାଜ୍ୟରେ ପ୍ରାକ୍‌ ବିଦ୍ୟାଳୟ ଶିକ୍ଷାର ଗୁରୁତ୍ୱକୁ ଗୁରୁତ୍ୱ ଦିଆଯାଇ ‘ଶିଶୁ ବାଟିକା’ ନାମରେ ଏକ ଅତିରିକ୍ତ ଶ୍ରେଣୀ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ଶିଶୁ ବାଟିକାରେ ପିଲାମାନେ ସକାଳ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ପାଠପଢ଼ିବେ । ଟିଇ ଆଣ୍ଡ୍‌ ଏସ୍‌ସିଇଆର୍‌ଟି ଦ୍ୱାରା ବିକଶିତ ସମସ୍ତ ପୁସ୍ତକ ଏପ୍ରିଲ ୧ ସୁଦ୍ଧା ସମସ୍ତ ପିଲାଙ୍କୁ ଦିଆଯିବ । ସମସ୍ତ ଶିଶୁ ବାଟିକା ପିଲାଙ୍କୁ ଏକ କିଟ୍‌ ପ୍ରଦାନ କରାଯିବ । ଏହି କିଟ୍‌ରେ ସ୍କୁଲ ବ୍ୟାଗ ସହିତ ପାଠ୍ୟକ୍ରମ ଉପକରଣ ଅନ୍ତର୍ଭୁକ୍ତ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    32.2 ° C
    32.2 °
    32.2 °
    24 %
    3.7kmh
    100 %
    Thu
    33 °
    Fri
    39 °
    Sat
    29 °
    Sun
    35 °
    Mon
    37 °

    ସମ୍ବନ୍ଧିତ