Wednesday, October 7, 2026
27.2 C
Odisha

    ବରଗଡ଼ରେ ନାବାଳିକା ଦୁଷ୍କର୍ମୀକାରୀକୁ ମୃତ୍ୟୁ ଦଣ୍ଡାଦେଶ

    ଆଗକୁ ପଢନ୍ତୁ

    ବରଗଡ : ବରଗଡ଼ ଜିଲ୍ଲା ପାଇକମାଳ ଥାନା ଅଞ୍ଚଳରେ ଗତ ୨୦୨୪ ନଭେମ୍ବରରେ ହୋଇଥିବା ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁ ଦଣ୍ଡାଦେଶ ହୋଇଛି। ପୋକ୍ସୋ ଅଦାଲତ ଏହାର ବିଚାର କରି ଆଜି ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ୩୭ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ମୃତ୍ୟୁ ଦଣ୍ଡାଦେଶ ହୋଇଛି। ପୀଡ଼ିତାଙ୍କ ପରିବାରକୁ ୧୫ ଲକ୍ଷ ସହାୟତା ଦେବାକୁ ଡିଏଲସିଏଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତରାଞ୍ଚଳ ଆଇଜିଙ୍କ ନିର୍ଦ୍ଦେଶରେ ଏସ୍‌ପି ତଦନ୍ତର ତଦାରଖ କରୁଥିଲେ।

    ସୂଚନା ଅନୁସାରେ ଗତବର୍ଷ ନଭେମ୍ବର ମାସ ୧୫ତାରିଖ ଅଭିଯୁକ୍ତ ପ୍ରଶାନ୍ତ ବାଗ ଓରଫ ବରିହା ନାବାଳିକାଙ୍କୁ ମାଛ ଧରିଯିବା ଆଳରେ ଘରୁ ଡାକି ନେଇଥିଲେ । ଏବଂ ଦୁଷ୍କର୍ମ ପରେ ହତ୍ୟା କରିଥିଲେ। ଏ ନେଇ ମୃତ ନାବାଳିକାଙ୍କ ପରିବାର ଲୋକେ ଥାନାରେ ଏତଲା ଦେବା ପରେ ପୁଲିସ୍ ଅଭିଯୁକ୍ତକୁ ଗିରଫ କରିଥିଲା । ଏବଂ ମାମଲାଟି ବରଗଡ଼ ପୋକ୍ସୋ ଅଦାଲତରେ ମାମଲା ଚାଲିଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.2 ° C
    27.2 °
    27.2 °
    82 %
    0.6kmh
    37 %
    Wed
    25 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ