କନ୍ଧମାଳ : କନ୍ଧମାଳରେ ୨ ଦିନ ସ୍କୁଲ ଛୁଟି । ଆଜି ଓ ଆସନ୍ତାକାଲି ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖାଯିବାକୁ ଘୋଷଣା କରାଯାଇଛି । ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ହେଲା ଛୁଟି ଘୋଷଣା କଲେ କନ୍ଧମାଳ ଜିଲ୍ଲାପାଳ ବେଦ ଭୂଷଣ । ତେବେ ଏହି ସମୟରେ ପରୀକ୍ଷା ଓ ସ୍କୁଲର ଅନ୍ୟାନ୍ୟ କାର୍ଯ୍ୟ ଜାରି ରହିବ । ତେବେ ପରିସ୍ଥିତି ସାଧାରଣ ହେଲେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ପ୍ରଶାସନ ସୂଚନା ଦେଇଛି । ଲଗାଣ ବର୍ଷାରେ ଜୀବନ ଯାତ୍ରା ପ୍ରଭାବିତ ହେଉଥିବାରୁ ସାଧାରଣ ଜନତାଙ୍କୁ ସତର୍କ ରହିବାକୁ ମଧ୍ୟ ଅପିଲ୍ କରାଯାଇଛି ।
ଅନ୍ୟପଟେ ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ଦକ୍ଷିଣ ବାଂଲାଦେଶ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । କାଲି ଲୋପ୍ରେସର ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ବଢ଼ିବ ବର୍ଷା । ଲଘୁଚାପ ପ୍ରଭାବରେ ବଢ଼ିବ ବର୍ଷାର ପରିମାଣ । ସପ୍ତାହେ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
