Friday, September 18, 2026
25 C
Odisha

    ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସଜାଗ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି । ଏଥି ସହିତ ମୁଖ୍ୟମନ୍ତ୍ରୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବର୍ଷା ପାଇଁ ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପ ବାବଦରେ ମଧ୍ୟ ଆଲୋଚନା କରିଥିଲେ। କୋରାପୁଟ ଓ ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଯାତାୟତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଏସଆର୍‌ସିଙ୍କ ସମେତ ଦୁଇ ଜିଲାର ଜିଲାପାଳଙ୍କୁ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେବା ନିମନ୍ତେ ରାଜସ୍ବ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ। ଏଥି ସହିତ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରି ବର୍ଷାର ସମ୍ଭାବନା ଥିବାରୁ ଜିଲାପାଳମାନଙ୍କୁ ପ୍ରାକ୍‌ ପ୍ରସ୍ତୁତି ସହ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରିର ସ୍ଥିତି ଅନୁଧ୍ୟାନ କରି ଆବଶ୍ୟକୀୟ ପଦକ୍ଷେପ ନେବା ସହ ଜିଲା ପ୍ରଶାସନକୁ ସହଯୋଗ ଦେବା ପାଇଁ ଅଗ୍ନିଶମ ସେବା ଓ ଗୃହରକ୍ଷୀ ବାହିନୀ ମହାନିର୍ଦ୍ଦେଶକ ସୁଧାଂଶୁ ଷଡଙ୍ଗୀ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ମାଲକାନଗିରି ଅଭିମୁଖେ ଗସ୍ତ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25 ° C
    25 °
    25 °
    87 %
    1.2kmh
    98 %
    Thu
    25 °
    Fri
    31 °
    Sat
    31 °
    Sun
    31 °
    Mon
    31 °

    ସମ୍ବନ୍ଧିତ