Wednesday, February 5, 2025
34.5 C
Odisha

    ବର୍ଷା-ପବନ ପାଇଁ ରେଡ୍ ଓ ଅରେଞ୍ଜ ଆଲର୍ଟ ଜାରି

    ଆଗକୁ ପଢନ୍ତୁ

    ବାତ୍ୟା ପ୍ରଭାବରେ ଲଗାଣ ବର୍ଷା ଓ ତୁହାକୁ ତୁହା ପବନର ବେଗ ବଢିବାରେ ଲାଗିଛି। ପବନ ପାଇଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ପବନର ବେଗ ୧୦୦ ରୁ ୧୧୦ କିମି ରହିବ ଏବଂ ମଝିରେ ମଝିରେ ୧୨୦ କିମି ମଧ୍ୟ ଛୁଇଁ ପାରେ। ସେହିପରି ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, ପୁରୀ ଓ ଖୋର୍ଦ୍ଧା ଆଜି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡ଼ିକରେ ପବନର ବେଗ ୬୦ ରୁ ୮୦ କିମି ରହିବ। ଭୀଷଣ ବର୍ଷା ନେଇ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା ଓ ଅନୁଗୁଳ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡ଼ିକରେ ୨୦ ସେ.ମିରୁ ଉର୍ଦ୍ଧ୍ବ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ସୋନପୁର, ବୌଦ୍ଧ ଓ ନୟାଗଡ଼ ଆଦି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ୭ ସେ.ମିରୁ ୧୧ ସେ.ମି ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    34.5 ° C
    34.5 °
    34.5 °
    18 %
    3.6kmh
    89 %
    Wed
    33 °
    Thu
    35 °
    Fri
    34 °
    Sat
    33 °
    Sun
    34 °

    ସମ୍ବନ୍ଧିତ