Friday, July 17, 2026
26.9 C
Odisha

    ବର୍ଷା ପାଇଁ ସୁବର୍ଣ୍ଣପୁରରେ ସମସ୍ତ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

    ଆଗକୁ ପଢନ୍ତୁ

    ସୁବର୍ଣ୍ଣପୁର : ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ପାଣିପାଗ ବିଭାଗ ସତର୍କ କରାଇଛି ଯେ ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସୁବର୍ଣ୍ଣପୁର ଜିଲ୍ଲାରେ ମଧ୍ୟ ବର୍ଷା ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଦିନ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବନ୍ଦ ଘୋଷଣା କଲେ ଜିଲ୍ଲାପାଳ ।

    ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଭାବକମାନଙ୍କୁ ମଧ୍ୟ ସତର୍କ ରହିବାକୁ ଅନୁରୋଧ କରାଯାଇଛି । ଅନାବଶ୍ୟକ ଭାବେ ଶିଶୁମାନଙ୍କୁ ବାହାରକୁ ନଛାଡ଼ିବା ସହ ବର୍ଷା ସମୟରେ ସୁରକ୍ଷା ନିୟମ ପାଳନ କରିବାକୁ କୁହାଯାଇଛି । ଅନ୍ୟପଟେ, ପାଣିପାଗ ବିଭାଗ ଆଗାମୀ କିଛି ସମୟ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଜାରି ରହିବାର ସମ୍ଭାବନା ବ୍ୟକ୍ତ କରିଥିବାରୁ ପ୍ରଶାସନ ସ୍ଥିତି ଉପରେ ନଜର ରଖିଛି । ପରିସ୍ଥିତି ଅନୁଯାୟୀ ଆଗାମୀ ଦିନରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.9 ° C
    26.9 °
    26.9 °
    83 %
    2.3kmh
    100 %
    Fri
    28 °
    Sat
    27 °
    Sun
    25 °
    Mon
    25 °
    Tue
    28 °

    ସମ୍ବନ୍ଧିତ