Tuesday, September 8, 2026
31.1 C
Odisha

    ବର୍ଷା-ବନ୍ୟା ପାଇଁ ବଡ଼ ନିଷ୍ପତ୍ତି, ବନ୍ଦ ରହିବ ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବନ୍ୟା ସ୍ଥିତି ଓ ଲଗାଣ ବର୍ଷା ପାଇଁ ଆସନ୍ତାକାଲି ଭଦ୍ରକ ଓ ବାଲେଶ୍ବର ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡି ବନ୍ଦ ରହିବ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଭଦ୍ରକ ଓ ବାଲେଶ୍ବର ଜିଲ୍ଲାପାଳ । ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ସହ ସମସ୍ତ ଅଙ୍ଗନୱାଡି କେନ୍ଦ୍ରରେ ପାଠପଢା ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

    ଏପଟେ ଭଦ୍ରକ ଜିଲ୍ଲାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି । ନିରନ୍ତର ବର୍ଷା ଫଳରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିଥିବା ସହ ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ରାସ୍ତାଘାଟ ଜଳମଗ୍ନ ହେବା, ଯାତାୟାତରେ ବାଧା ଏବଂ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଏହି ପଦକ୍ଷେପ ନିଆଯାଇଛି ।

    ଜିଲ୍ଲା ପ୍ରଶାସନଙ୍କ ସୂଚନା ଅନୁସାରେ, ଭଦ୍ରକ ଓ ବାଲେଶ୍ବରର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟରେ ପାଠପଢା ସମ୍ପୂର୍ଣ୍ଣ ଭାବେ ସ୍ଥଗିତ ରହିବ। ଏହା ସହ ସମସ୍ତ ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ। ଅଭିଭାବକମାନଙ୍କୁ ପିଲାମାନଙ୍କୁ ଘରେ ସୁରକ୍ଷିତ ରଖିବା ଓ ଅନାବଶ୍ୟକ ବାହାରକୁ ନ ପଠାଇବାକୁ ପରାମର୍ଶ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    31.1 ° C
    31.1 °
    31.1 °
    64 %
    3.7kmh
    95 %
    Tue
    31 °
    Wed
    31 °
    Thu
    30 °
    Fri
    29 °
    Sat
    30 °

    ସମ୍ବନ୍ଧିତ