Friday, September 11, 2026
26.2 C
Odisha

    ବସ୍‌ ଦୁର୍ଘଟଣା, ଚାଳକ ମୃତ; ୧୫ରୁ ଅଧିକ ଆହତ

    ଆଗକୁ ପଢନ୍ତୁ

    ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ। ଜଣେ ମୃତ, ୧୫ରୁ ଅଧିକ ଆହତ। ବାଲେଶ୍ବର ସୋର ୧୬ ନମ୍ବର ଜାତୀୟ ରାଜପଥ ଆଦିରୁପା ପେଟ୍ରୋଲ ପମ୍ପ ନିକଟରେ ଘଟିଛି ଦୁର୍ଘଟଣା । ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେଇଛି ତୀର୍ଥଯାତ୍ରୀ ବସ୍ । ବସ୍‌ଟି ତାମିଲନାଡୁରୁ ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଆସୁଥିଲା । ଘଟଣାସ୍ଥଳରେ ଗାଡ଼ି ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ପୁଲିସ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ ମେଡିକାଲରେ ଭର୍ତ୍ତି କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.2 ° C
    26.2 °
    26.2 °
    87 %
    2.3kmh
    99 %
    Fri
    27 °
    Sat
    28 °
    Sun
    29 °
    Mon
    31 °
    Tue
    31 °

    ସମ୍ବନ୍ଧିତ