Tuesday, October 27, 2026
27.4 C
Odisha

    ବାତ୍ୟା ‘ଅର୍ଣ୍ଣବ’ର ସମ୍ଭାବ୍ୟ ପ୍ରଭାବକୁ ନଜରରେ ରଖି ୭ ଜିଲ୍ଲାର ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବାତ୍ୟା ‘ଅର୍ଣ୍ଣବ’ର ସମ୍ଭାବ୍ୟ ପ୍ରଭାବକୁ ନଜରରେ ରଖି ୭ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି । ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ ଆଜି ଓ ଆସନ୍ତାକାଲି ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ସେହିପରି କୋରାପୁଟ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଆଜିଠୁ ୨୯ ତାରିଖ ପର୍ଯ୍ୟନ୍ତ ତିନି ଦିନ ପାଇଁ ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି ।

    ପୁରୀରେ ୨ ଦିନ ଶିକ୍ଷାନୁଷ୍ଠାନ ବନ୍ଦ । ଆଜି ଓ ଆସନ୍ତାକାଲି ବନ୍ଦ ରହିବ ସ୍କୁଲ ଓ କଲେଜ। ସମସ୍ତ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯାଇଛି । ନୟାଗଡ଼ରେ ମଧ୍ୟ ଦୁଇ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଅନ୍ୟପଟେ ବାତ୍ୟାର ଗତିପଥ ଓ ସମ୍ଭାବ୍ୟ ପ୍ରଭାବକୁ ନେଇ ଦକ୍ଷିଣ ଓଡ଼ିଶାରେ ଚିନ୍ତା ବଢ଼ିଛି । ବିଶେଷକରି ଉପକୂଳବର୍ତ୍ତୀ ଅଞ୍ଚଳ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବାତ୍ୟାର ପ୍ରଭାବ ଉପରେ ନଜର ରଖାଯାଉଛି ।

    ବାତ୍ୟାର ସଠିକ୍ ଗତିପଥ, ସ୍ଥଳଭାଗ ଅତିକ୍ରମ କରିବାର ସ୍ଥାନ ଓ ପ୍ରଭାବ ଉପରେ ନଜର ରଖାଯାଇଛି । ସ୍ଥିତି ଦେଖି ବ୍ୟବସ୍ଥା କରାଯିବ ବୋଲି କହିଛି ଜିଲ୍ଲା ପ୍ରଶାସନ । ଏଭଳି ସ୍ଥିତିରେ ସରକାରୀ ନିର୍ଦ୍ଦେଶ ଓ ପାଣିପାଗ ବିଭାଗର ସତର୍କ ସୂଚନା ଅନୁସରଣ କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.4 ° C
    27.4 °
    27.4 °
    60 %
    4.6kmh
    98 %
    Tue
    27 °
    Wed
    22 °
    Thu
    22 °
    Fri
    25 °
    Sat
    27 °

    ସମ୍ବନ୍ଧିତ