Monday, November 2, 2026
23.4 C
Odisha

    ବାତ୍ୟା ‘ଅର୍ଣ୍ଣବ’ ପରେ ହୋଇଥିବା କ୍ଷୟକ୍ଷତି ଆକଳନ ପାଇଁ ଆଜିଠୁ ଓଡ଼ିଶା ଗସ୍ତରେ ଆସିବେ ୮ ଜଣିଆ କେନ୍ଦ୍ରୀୟ ଟିମ୍

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବାତ୍ୟା ‘ଅର୍ଣ୍ଣବ’ପରେ ରାଜ୍ୟରେ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ କେନ୍ଦ୍ର ସରକାରଙ୍କ ୮ ଜଣିଆ କେନ୍ଦ୍ରୀୟ ଟିମ୍ ଆଜିଠୁ ୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ । ଏହି ଟିମ୍ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକ ପରିଦର୍ଶନ କରିବା ସହ କ୍ଷୟକ୍ଷତିର ସ୍ଥଳଭିତ୍ତିକ ଆକଳନ କରିବେ ।

    ଟିମ୍ ର ନେତୃତ୍ୱ ନେବେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବରବି ଶଙ୍କର । ରାଜ୍ୟ ସରକାରଙ୍କ ଅଧିକାରୀମାନଙ୍କ ସହ ଆଲୋଚନା କରିବା ପରେ ପ୍ରସ୍ତୁତ କାର୍ଯ୍ୟସୂଚୀ ଅନୁଯାୟୀ ପ୍ରଭାବିତ ଅଞ୍ଚଳଗୁଡ଼ିକୁ ପରିଦର୍ଶନ କରିବେ । ଗସ୍ତ ବେଳେ କେନ୍ଦ୍ରୀୟ ଟିମ୍ ବାତ୍ୟା ଓ ପରବର୍ତ୍ତୀ ବନ୍ୟା ଯୋଗୁଁ କୃଷି, ଭିତ୍ତିଭୂମି, ସଡ଼କ, ବିଦ୍ୟୁତ୍, ଜଳସମ୍ପଦ ତଥା ଅନ୍ୟାନ୍ୟ କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିବେ ।

    ଏଥିସହ ପ୍ରଭାବିତ ଅଞ୍ଚଳର ସ୍ଥିତି, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରିବେ । ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ଟିମ୍ ର ଗସ୍ତ ପାଇଁ ପରିବହନ ଓ ଅନ୍ୟାନ୍ୟ ବ୍ୟବସ୍ଥା କରାଯିବା ସହ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ ପାଇଁ ନିର୍ଦ୍ଦିଷ୍ଟ କାର୍ଯ୍ୟସୂଚୀ ପ୍ରସ୍ତୁତ କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.4 ° C
    23.4 °
    23.4 °
    94 %
    1.1kmh
    98 %
    Mon
    24 °
    Tue
    28 °
    Wed
    27 °
    Thu
    24 °
    Fri
    28 °

    ସମ୍ବନ୍ଧିତ