Tuesday, March 31, 2026
26.8 C
Odisha

    ବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ, ଆଇସିୟୁରେ ଭର୍ତ୍ତି

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାବର ପିଏଚ୍‌ସିରେ ଜଣେ ଡାକ୍ତରଙ୍କ ଡ୍ୟୁଟି ପଡ଼ିଥିଲା। ତେବେ ସେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ତାଙ୍କୁ ସାପ କାମୁଡ଼ିବାରୁ ସେ ଗୁରୁତର ହୋଇପଡ଼ିଥିଲେ। ସେ କଟକ ବଡ଼ ମେଡିକାଲର ମେଡିସିନ୍‌ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଗଛ ଭାଙ୍ଗିବା ସହ ଉଚ୍ଚ ଜୁଆର ମାଡ଼ି ଆସିଥିଲା। ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ରହିଥିଲା। ସରକାର ପୂର୍ବ ପ୍ରସ୍ତୁତି ସ୍ୱରୂପ ଲକ୍ଷାଧିକ ଲୋକଙ୍କୁ ସ୍ଥାନାନ୍ତରଣ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.8 ° C
    26.8 °
    26.8 °
    50 %
    1.8kmh
    0 %
    Mon
    27 °
    Tue
    38 °
    Wed
    39 °
    Thu
    41 °
    Fri
    39 °

    ସମ୍ବନ୍ଧିତ