Sunday, October 4, 2026
24.3 C
Odisha

    ବାତ୍ୟା ସମୟରେ ଲୋକଙ୍କୁ କଟୁକଥା କହି ୪ କର୍ମଚାରୀ ନିଲମ୍ବିତ

    ଆଗକୁ ପଢନ୍ତୁ

    ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଇନ୍ତି। ବାତ୍ୟା ସମୟରେ ନିଲମ୍ବିତ ୪ କର୍ମଚାରୀ ଲୋକଙ୍କୁ କଟୁକଥା କହିଥିବା ଅଭିଯୋଗ ହୋଇଥିଲା।
    ସେପଟେ ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ପ୍ରଭାବିତ ଜିଲାରେ ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ଆକାଶ ମାର୍ଗରୁ ପରିଦର୍ଶନ କରି ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ। ଏହାପରେ ଅପରାହ୍ନରେ ଲୋକସେବା ଭବନରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିବେ। ବାତ୍ୟା ‘ଦାନା’ ମଧ୍ୟରେ ଭିତରକନିକା ଓ ଧାମରା ମଧ୍ୟବର୍ତ୍ତୀ ଅଞ୍ଚଳରେ ଲ୍ୟାଣ୍ଡଫଲ୍‌ ହୋଇଛି। ବାତ୍ୟା ମୁକାବିଲାରେ ଆମେ ସମ୍ପୂର୍ଣ୍ଣ ସଫଳତା ହାସଲ କରିଛୁ। ହସ୍ତଗତ ହୋଇଥିବା ତଥ୍ୟ ଅନୁଯାୟୀ ଆମେ ଆମର ‘ଜିରୋ କାଜୁଆଲ୍ଟି’ ଲକ୍ଷ୍ୟ ହାସଲ କରିଛୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି କାର୍ଯ୍ୟରେ ନିୟୋଜିତ ଥିବା ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି। ସରକାର ଓ ପ୍ରଶାସନର ତତ୍ପରତା ଯୋଗୁ ପ୍ରାୟତଃ କ୍ଷୟକ୍ଷତି ଘଟିନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ