Thursday, September 10, 2026
24.6 C
Odisha

    ବାରମ୍ବାର ଆଚରଣ ବିଧି ଉଲ୍ଲଂଘନ କରୁଛି ବିଜେପି, ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡ଼ି

    ଆଗକୁ ପଢନ୍ତୁ

    ବାରମ୍ବାର ଆଚରଣ ବିଧି ଉଲ୍ଲଂଘନ କରୁଛି ବିଜେପି। ନିର୍ବାଚନ ପ୍ରଚାରରେ ଛୋଟ ପିଲାଙ୍କୁ ବ୍ୟବହାର କରୁଛି ବିଜେପି। ବଲାଙ୍ଗୀର ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀ ପ୍ରଚାରରେ ପିଲାଙ୍କୁ ବ୍ୟବହାର କରୁଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେଡି।ପିଲାମାନଙ୍କୁ ବିଜେପି ପତାକା ଓ ଉତ୍ତରୀୟ ପକାଉଥିବା ଦେଖିବାକୁ ମିଳିଛି। ପୂର୍ବରୁ ଭୁବନେଶ୍ୱର ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ଚିକିଟି ପ୍ରାର୍ଥୀ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ ମଧ୍ୟ ସମାନ କାମ କରୁଥିବା ନେଇ ସିଇଓଙ୍କୁ ଜଣାଇଥିଲା ବିଜେଡି ଟିମ୍।

    ସେହିପରି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ NCC କ୍ୟାଡେଟଙ୍କୁ ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ତେଣୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛି ବିଜେଡି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    93 %
    1.6kmh
    100 %
    Wed
    25 °
    Thu
    26 °
    Fri
    26 °
    Sat
    29 °
    Sun
    27 °

    ସମ୍ବନ୍ଧିତ