Thursday, April 2, 2026
37.1 C
Odisha

    ବାଲେଶ୍ବର ବନ୍ୟା କ୍ଷତିଗ୍ରସ୍ତ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

    ଆଗକୁ ପଢନ୍ତୁ

    ଚଳିତ ସେପ୍ଟେମ୍ବର ମାସରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଜିଲ୍ଲାରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ମାସ ୧୮ ତାରିଖରେ ବାଲେଶ୍ୱର ଗସ୍ତ କରି କ୍ଷତିଗ୍ରସ୍ତ ମାନଙ୍କୁ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ ।

    ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ବାଲେଶ୍ବର ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ପାଇଁ ସହାୟତା ଘୋଷଣା କରାଯାଇଛି । ଏହି ନିଷ୍ପତ୍ତି ଅନୁଯାୟୀ ସଂପୂର୍ଣ୍ଣ କ୍ଷତିଗ୍ରସ୍ତ ବାସଗୃହର ତୁରନ୍ତ ମରାମତି ନିମନ୍ତେ ୧,୨୦,୦୦୦ ଟଙ୍କା, ଆଂଶିକ ଭାବେ କ୍ଷତିଗ୍ରସ୍ତ ପକ୍କା ବାସଗୃହର ମରାମତି ନିମନ୍ତେ ୬,୫୦୦ ଟଙ୍କା, ଆଂଶିକ କ୍ଷତିଗ୍ରସ୍ତ କଚ୍ଚା ଗୃହ ପାଇଁ ୪୦୦୦ ଟଙ୍କା, ଭାଙ୍ଗିଯାଇଥିବା କୁଡିଆ ଘର ପିଛା ୮୦୦୦ ଟଙ୍କା ଓ ଭାଙ୍ଗିଯାଇଥିବା ଗୁହାଳ ଘର ପାଇଁ ୩୦୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ । ପରିବାରଙ୍କର ବାସଗୃହ ସଂପୂର୍ଣ୍ଣ ଭାବେ ନଷ୍ଟ ହୋଇଥିଲେ କିମ୍ବା ୨ ଦିନ ଧରି ବନ୍ୟାଜଳରେ ବୁଡ଼ି ରହିଥିଲେ ଲୁଗାପଟା ପାଇଁ ୨୫୦୦ ଟଙ୍କା ଓ ବାସନ କୁସନ ପାଇଁ ୨୫୦୦ ଟଙ୍କା ଆର୍ଥିକ ସହାୟତାରାଶି ଯୋଗାଇ ଦିଆଯିବ ।

    କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କୁ ଫସଲ/ଉଦ୍ୟାନ କୃଷି କ୍ଷୟକ୍ଷତିର ଭରଣା ନିମନ୍ତେ ଅଣଜଳସେଚିତ ଅଞ୍ଚଳ ପାଇଁ ହେକ୍ଟର ପିଛା ୮,୫୦୦ ଟଙ୍କା, ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୭,୦୦୦ ଟଙ୍କା ଓ ସମସ୍ତ ପ୍ରକାର ବାରମାସୀ ଫସଲ ପାଇଁ ହେକ୍ଟର ପିଛା ୨୨,୫୦୦ ଟଙ୍କା ଆର୍ଥିକ ସହାୟତାରାଶି ପ୍ରଦାନ କରାଯିବ । ଏହି ସହାୟତା ସର୍ବାଧିକ ୨ ହେକ୍ଟର ପାଇଁ ଯୋଗାଇଦିଆଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.1 ° C
    37.1 °
    37.1 °
    23 %
    0.8kmh
    0 %
    Thu
    39 °
    Fri
    41 °
    Sat
    38 °
    Sun
    37 °
    Mon
    35 °

    ସମ୍ବନ୍ଧିତ