Wednesday, January 22, 2025
19.9 C
Odisha

    ବିକଶିତ ଗାଁ, ବିକଶିତ ଓଡ଼ିଶା ପ୍ରସ୍ତାବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ  ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୦ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ବ‌ୈଠକରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପ୍ରସ୍ତାବକୁ ୫ ବର୍ଷ ଯାଏ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି ।ସାମ୍ୱାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗାଁର ବିକାଶ ହେଲେ ଦେଶର ବିକାଶ ହୋଇପାରିବ । ଏଥିପାଇଁ ନୂଆ ସରକାରଙ୍କର ପ୍ରଥମ ବଜେଟ୍‌ରେ ୧ ହଜାର କୋଟି ଟଙ୍କା ବ୍ୟୟବରାଦ ହୋଇଥିଲା ।

    ଏହି ଯୋଜନା ପାଇଁ ୫ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଗ୍ରାମାଞ୍ଚଳରେ ମୌଳିକ ଭିତ୍ତିଭୂମିର ବିକାଶ ନିମନ୍ତେ ବିଭିନ୍ନ ସ୍ଥାୟୀ ଉନ୍ନୟନମୂଳକ ପ୍ରକଳ୍ପମାନ ଯଥା ଅପହଞ୍ଚ ଗାଁକୁ ରାସ୍ତା ଦ୍ୱାରା ସଂଯୋଗୀକରଣ , ସର୍ବସାଦାରଣଙ୍କ ସୁବିଧା ପାଇଁ ସମ୍ପଦ ସୃଷ୍ଟି କରିବା, ଶିକ୍ଷା ଏବଂ କ୍ରୀଡା ଭିତ୍ତିଭୂମିର ଉନ୍ନତିକରଣ , କ୍ଷୁଦ୍ର ପର୍ଯ୍ୟଟନ ପର୍ଯ୍ୟଟନସ୍ଥଳୀର ଉନ୍ନତିକରଣ ପାଇଁ ଏହି ଯୋଜନା କାର୍ଯ୍ୟକାରୀ କରିବ ।

    ଆବଶ୍ୟକତା ଭିତ୍ତିରେ ପାଞ୍ଚ ବର୍ଷ ସମ୍ଭାବ୍ୟ ପ୍ରକଳ୍ପ ତାଲିକା ଏବଂ ପ୍ରତ୍ୟେକ ଆର୍ଥିକ ବର୍ଷ ପାଇଁ ବାର୍ଷିକ କାର୍ଯ୍ୟ ଯୋଜନା ଗ୍ରାମ ସଭା ଦ୍ୱାରା ପ୍ରସ୍ତୁତ ହେବ ଏବଂ ଗ୍ରାମ ପଞ୍ଚାୟତ ଦ୍ୱାରା ବ୍ଲକକୁ ସୁପାରିଶ କରାଯିବ ।

    ଗ୍ରାମ ମଧ୍ୟସ୍ଥ ସଡକ ଏବଂ ଗ୍ରାମଗୁଡିକୁ ସଂଯୋଗ କରୁଥିବା ରାସ୍ତାର ବିକାଶ କରାଯିବ । ଏହି ଯୋଜନାରେ ଆବଶ୍ୟକତା ଅନୁଯାୟୀ ବିଭିନ୍ନ ଉନ୍ନୟନ ମୂଳକ ଗୋଷ୍ଠୀଭିତ୍ତିକ ସମ୍ପଦ ସୃଷ୍ଟି ପାଇଁ ପ୍ରକଳ୍ପମାନ ନିର୍ମାଣ କରାଯିବ  ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.9 ° C
    19.9 °
    19.9 °
    29 %
    2kmh
    3 %
    Wed
    20 °
    Thu
    33 °
    Fri
    34 °
    Sat
    33 °
    Sun
    32 °

    ସମ୍ବନ୍ଧିତ