Thursday, April 2, 2026
37.1 C
Odisha

    ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଖୋର୍ଦ୍ଧାରେ ବିକଶିତ ଗାଁ ବିକଶିତ ଓଡ଼ିଶାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରତି ଗ୍ରାମସଭାରେ ପ୍ରସ୍ତୁତ ହେବ ଏହି ଯୋଜନା ତାଲିକା । ଓଡ଼ିଶା ସରକାରଙ୍କ ପକ୍ଷରୁ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି ।

    ୨୦୨୪-୨୫ରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ସରକାର ବଜେଟ୍ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି। ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ। ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.1 ° C
    37.1 °
    37.1 °
    23 %
    0.8kmh
    0 %
    Thu
    39 °
    Fri
    41 °
    Sat
    38 °
    Sun
    37 °
    Mon
    35 °

    ସମ୍ବନ୍ଧିତ