Friday, October 2, 2026
28.6 C
Odisha

    ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ବୀଭତ୍ସ ହତ୍ୟା ଘଟଣା , ଧରା ପଡିଲେ ୩ ଅଭିଯୁକ୍ତ

    ଆଗକୁ ପଢନ୍ତୁ

    ରାଜଧାନୀର ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଅତି ବୀଭତ୍ସ ଭାବେ ବୁଧବାର ହତ୍ୟା କରାଯାଇଛି। ଉକ୍ତ ଘଟଣାରେ କମିଶନରେଟ୍‌ ପୋଲିସର ସ୍ପେଶାଲ ସ୍କ୍କାଡ୍‌ ନୟାଗଡ଼ ଜିଲା ଶରଣକୂଳରୁ ମହିଳାଙ୍କ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ କେଦାରପଲ୍ଲୀ ନିବାସୀ। ଏମାନେ ପୂର୍ବରୁ ଜେଲ୍‌ ଯାଇଥିଲେ। ଏହି ହତ୍ୟା କାଣ୍ଡ ଯୋଜନାବଦ୍ଧ ଥିଲା ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରର ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ ରୋଡ୍‌ରେ ବୁଧବାର ସକାଳୁ ସକାଳୁ କେଦାରପଲ୍ଲୀ ଅଞ୍ଚଳର ସହଦେବ ନାୟକ ନାମକ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଥିଲେ। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଥିଲା। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା। ମୃତଦେହ ନିକଟରେ ଏକ ସ୍କୁଟି ପଡ଼ିଥିଲା।
    ମୃତ ସହଦେବ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ। ଆଜି ସକାଳୁ ଝିଅକୁ ସ୍କୁଲରେ ଛାଡି ସ୍କୁଟିରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିଲେ। ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ।

    ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ସ୍ତ୍ରୀ ସାଂଘାତିକ ଅଭିଯୋଗ କରିଥିଲେ । ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା କାନ୍ଦି କାନ୍ଦି ଅଭିଯୋଗ କରିଥିଲେ ମୃତ ସହଦେବଙ୍କ ସ୍ତ୍ରୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଥିଲେ। ସକାଳୁ ଝିଅକୁ ସ୍କୁଲ ଛାଡିବାକୁ ବାହାରିଥିଲେ ସହଦେବ। ସ୍କୁଲରେ ଝିଅକୁ ଛାଡି ଫେରିବା ବାଟରେ ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.6 ° C
    28.6 °
    28.6 °
    75 %
    1.8kmh
    59 %
    Fri
    27 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ