Sunday, March 22, 2026
32.5 C
Odisha

    ବିଜେଡିରୁ ଇସ୍ତଫା ଦେଲେ ମମତା ମହନ୍ତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟ ସଭାରୁ ବିଜେଡି ଏମ୍‌ପି ମମତା ମହନ୍ତ ଇସ୍ତଫା ଦେବାର କିଛି ସମୟ ପରେ ଦଳରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଏନେଇ ସେ ଏକ୍ସ ଯୋଗେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ ଆଜି ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛି । ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ଇସ୍ତଫା ପତ୍ର ପଠାଇ ଦେଇଛି। ମୋତେ ଜିଲା ପରିଷଦର ସଦସ୍ୟ ଓ ରାଜ୍ୟ ସଭାର ସଦସ୍ୟ ଭାବେ ସେ ମନୋନୀତ କରି ମୋର ଜିଲା ମୟୂରଭଞ୍ଜ ଓ ରାଜ୍ୟର ସେବା କରିବା ପାଇଁ ସୁଯୋଗ ଦେଇଥିଲେ । ଆଜି ମୋର ସେବାର ଆବଶ୍ୟକତା ସେ ଦଳ ଅନୁଭବ କରୁନାହିଁ। ମୁଁ ଯେହେତୁ ଲୋକଙ୍କ ନେତା ଏବଂ ସେମାନଙ୍କ ସେବା ହିଁ ମୋର ମୁଖ୍ୟ ଧ୍ୟେୟ, ସେଥିପାଇଁ ମୁଁ ସେ ଦଳରେ ରହିବାର ଆବଶ୍ୟକତା ଅନୁଭବ କଲି ନାହିଁ । ସେଥିପାଇଁ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ଏବଂ ରାଜ୍ୟ ସଭା ସଭ୍ୟ ପଦରୁ ଇସ୍ତଫା ଦେଲି ।
    ଏହାପୂର୍ବରୁ ମମତାଙ୍କ ଇସ୍ତଫା ନେଇ ରାଜ୍ୟ ସଭା ଅଧ୍ୟକ୍ଷ ସୂଚନା ଦେଇଥିଲେ। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ। ମମତା କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ଭାବେ ଜଣାଶୁଣା ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.5 ° C
    32.5 °
    32.5 °
    13 %
    4.6kmh
    1 %
    Sun
    32 °
    Mon
    34 °
    Tue
    37 °
    Wed
    38 °
    Thu
    40 °

    ସମ୍ବନ୍ଧିତ