Monday, October 26, 2026
20.1 C
Odisha

    ବିଜେଡି ଓଡ଼ିଶାର ଏକ ନମ୍ବର ଦଳ : ନବୀନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆରମ୍ଭ ହୋଇଛି ବିଜେଡିର ସଦସ୍ଯ ସଂଗ୍ରହ ଅଭିଯାନ। ଶଙ୍ଖ ଭବନରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ନବୀନ ବିଜେଡିର ପ୍ରଥମ ସଦସ୍ୟ ହୋଇଛନ୍ତି। ଦସ୍ତଖତ କରି ଏକାମ୍ର ଭୁବନେଶ୍ୱରରୁ ସେ ଏହି ସଦସ୍ୟତା ଗ୍ରହଣ କରିଛନ୍ତି। ନବୀନଙ୍କୁ ସଦସ୍ୟ କରାଇଛନ୍ତି ପୂର୍ବତନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। ଉଭୟ ଅନଲାଇନ ଓ ମାନୁଆଲି ଏହି ଅଭିଯାନର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ।

    ନବୀନ କହିଛନ୍ତି, ଆଜି ଉତ୍କଳମଣି ଗୋପବନ୍ଧୁଙ୍କ ଜୟନ୍ତୀ, ତ୍ୟାଗ ଓ ସେବାର ପ୍ରତୀକ। ଆଜିଠାରୁ ବିଜେଡିର ସଦସ୍ୟତା ଅଭିଯାନ ଆରମ୍ଭ ହେଲା। ଏହା ଏକ ରାଜନୈତିକ ଦଳର ଗୁରୁତ୍ୱପୂର୍ଣ୍ଣ କାମ। ଯାହା ଦଳକୁ ମଜବୁତ କରେ। ସଦସ୍ୟ କରିବା ପାଇଁ ପ୍ରତି କର୍ମୀ ଘରକୁ ଯାଆନ୍ତୁ। ବିଦେଶରେ ଓ ଓଡ଼ିଶା ବାହାର ଲୋକଙ୍କୁ ବି ବିଜେଡିରେ ସାମିଲ ହେବାକୁ ସେ ନିମନ୍ତ୍ରଣ କରିଛନ୍ତି। କିଛି ଦଳ ମିସଡ କଲ କରି ସଦସ୍ୟ କରୁଛନ୍ତି। ବିଜୁ ଜନତା ଦଳ ମିସଡକଲଠୁ ବହୁ ଦୂରରେ ରହିଛି। ସ୍ବାଭିମାନ ଓ ସଂଗ୍ରାମ ହେଉଛି ବିଜେଡିର ଆଦର୍ଶ। ଓଡ଼ିଶାବାସୀଙ୍କ ସେବା, ଓଡ଼ିଆ ଜାତିର ସ୍ବାଭିମାନର ସୁରକ୍ଷା ଓ ଓଡ଼ିଶାର ସ୍ବାର୍ଥ ପାଇଁ ବିଜୁ ବାବୁ ଶେଷ ପର୍ଯ୍ଯନ୍ତ ଲଢେଇ କରିଥିଲେ। ବିଜେଡି ସରକାର ସମୟରେ ରାଜ୍ଯରେ ବହୁ ଭଲକାମ ହୋଇଛି। ବିଜେଡି ସରକାରର ଯୋଜନା ଅନ୍ଯମାନଙ୍କ ପାଇଁ ମଡେଲ ହୋଇଛି। ଭାରତ ସରକାର ମଧ୍ଯ ଆମ ଯୋଜନାକୁ ଅନୁକରଣ କରିଛନ୍ତି। ବିଜେଡି ସରକାର ଆରମ୍ଭ କରିଥିବା ବିକାଶ କଲ୍ଯାଣ ଯୋଜନାରୁ ଓଡ଼ିଶାବାସୀଙ୍କୁ କେହି ବଞ୍ଚିତ କରିପାରିବେ ନାହିଁ। ଏବେବି ବିଜେଡି ଓଡ଼ିଶାର ଏକ ନମ୍ବର ଦଳ। ସାଧାରଣ ନିର୍ବାଚନରେ ବିଜେଡିକୁ ଲୋକ ଅଧିକ ଭୋଟ ଦେଇଛନ୍ତି। ବିଜେଡି ଓଡ଼ିଶାବାସୀଙ୍କ ହୃଦୟରେ ଅଛି। ଓଡ଼ିଶାବାସୀଙ୍କ ଗୌରବ ପାଇଁ ବିଜେଡି ସମର୍ପିତ ଭାବେ କାମ କରୁଛି। ସମସ୍ତେ ଗର୍ବର ସହ ଆମେ ବିଜୁ ଜନତା ଦଳର କର୍ମୀ, ଓଡ଼ିଶା ମାଆର ସେବକ କହିବାକୁ ନବୀନ ଆହ୍ବାନ ଦେଇଛନ୍ତି। ଏହାସହିତ ପୂଜା ଅବସରରେ ଅଭିନନ୍ଦନ ଜଣାଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.1 ° C
    20.1 °
    20.1 °
    68 %
    1.7kmh
    20 %
    Sun
    20 °
    Mon
    28 °
    Tue
    29 °
    Wed
    24 °
    Thu
    25 °

    ସମ୍ବନ୍ଧିତ