Thursday, January 22, 2026
14.6 C
Odisha

    ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ବିଭିନ୍ନ ଜିଲ୍ଲାର ପ୍ରତିନିଧି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ପୁରୀ ଓ ନବରଙ୍ଗପୁର ବ୍ଲକ ଓ ପଞ୍ଚାୟତ ପ୍ରତିନିଧି ତଥା ଭଦ୍ରକର ପୌର ପରିଷଦର ସଭ୍ୟ। ବିଭିନ୍ନ ସମସ୍ୟା ସମ୍ପର୍କରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ଏହି ପ୍ରତିନିଧି ଦଳ। ବିଜୁ ଜନତା ଦଳକୁ ତୃଣମୂଳ ସ୍ତରରେ ମଜବୁତ କରିବା ପାଇଁ ସେମାନେ କାମ ଜାରି ରଖିବେ ବୋଲି ଜଣାଇଛନ୍ତି। ଲୋକଙ୍କ ସାଥିରେ ରହି ଦଳର କାର୍ଯ୍ୟକ୍ରମକୁ ଆଗେଇ ନେବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ ନବୀନ। ପ୍ରତିନିଧି ଦଳରେ ପୁରୀ ବିଧାୟକ ସୁନୀଲ ମହାନ୍ତି, କାକଟପୁର ବିଧାୟକ ତୁଷାରକାନ୍ତି ବେହେରା, ନବରଙ୍ଗପୁର ବିଧାୟକ ମନୋହର ରନ୍ଧାରୀ, ପୂବର୍ତନ ମନ୍ତ୍ରୀ ପ୍ରଫୁଲ ସାମଲ, ସଞ୍ଜୟ ଦାସବର୍ମା, ରମେଶ ମାଝୀ, ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକଙ୍କ ସହ ବହୁ ନେତା ଆଲୋଚନା କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    14.6 ° C
    14.6 °
    14.6 °
    65 %
    1.2kmh
    0 %
    Thu
    29 °
    Fri
    30 °
    Sat
    30 °
    Sun
    32 °
    Mon
    32 °

    ସମ୍ବନ୍ଧିତ