Tuesday, January 20, 2026
22.5 C
Odisha

    ବିଜେପିର ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ନୀତିନ ନବୀନ, ମୋଦି କଲେ ସ୍ବାଗତ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ବିଜେପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ବିଜେପିର ଦ୍ବାଦଶ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଆନୁଷ୍ଠାନିକ ଘୋଷଣା ପରେ ଦଳୀୟ ମୁଖ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଓ ଅନେକ ବରିଷ୍ଠ ନେତା ଉପସ୍ଥିତ ଅଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝି ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ୪୫ ବର୍ଷୀୟ ନୀତିନ ନବୀନ ବିଜେପି ଇତିହାସରେ ସବୁଠାରୁ କମ୍ ବୟସର ସଭାପତି ।

    ବିଜେପିର ସଭାପତି ପଦ ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ନୀତିନ ନାମାଙ୍କନ ଦାଖଲ କରିଥିଲେ । ନାମାଙ୍କନ ଦାଖଲ ବେଳେ ତାଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ, ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି ହେଭିଓ୍ୱେଟ୍ ନେତା ଉପସ୍ଥିତ ଥିଲେ ।

    ଲୋକସଭା ନିର୍ବାଚନ ୨୦୨୪ ପରେ ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା । ନଡ୍ଡାଙ୍କ ବିକଳ୍ପ ଭାବେ ନୀତିନ ନବୀନଙ୍କୁ ଚୟନ କରାଯାଇଥିଲା । ୪୫ବର୍ଷୀୟ ନୀତିନ ନବୀନ ଦୀର୍ଘ ବର୍ଷ ହେବ ଭାରତୀୟ ଜନତା ପାର୍ଟି ଏବଂ ଆରଏସଏସ ସହ ଜଡିତ ଅଛନ୍ତି । ସେ ବିଜେପିରେ ଜଣେ କର୍ମୀ ଭାବେ କ୍ୟାରିଅର ଆରମ୍ଭ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.5 ° C
    22.5 °
    22.5 °
    25 %
    0.7kmh
    0 %
    Tue
    21 °
    Wed
    31 °
    Thu
    30 °
    Fri
    31 °
    Sat
    32 °

    ସମ୍ବନ୍ଧିତ