Friday, October 16, 2026
28.4 C
Odisha

    ବିଜେପି ରାଜ୍ୟ କାର୍ଯ୍ୟାଳୟରୁ ସୁନୀତି ମୁଣ୍ଡଙ୍କୁ ତଡି ଦେଲେ ମହିଳା କର୍ମୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭାଜପାରୁ ନିଲମ୍ବିତ ଭୁବନେଶ୍ୱର ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ ମଙ୍ଗଳବାର ପାର୍ଟି ଅଫିସ ଆସିଥିବା ବେଳେ ତାଙ୍କୁ ଧକ୍କା ମାରି ଘଉଡ଼ାଇ ଦେଇଛନ୍ତି ମହିଳା ନେତ୍ରୀ। ଗଣମାଧ୍ୟମରେ ଦଳ ବିରୋଧୀ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ମହିଳା କର୍ମୀମାନେ ତାଙ୍କୁ ବିରୋଧ କରି ଘଉଡ଼ାଇଥିବା ସୂଚନା ମିଳିଛି। ନିକଟରେ ତାଙ୍କୁ ଦଳରୁ ନିଲମ୍ବନ ହେବା ସତ୍ତ୍ୱେ ପାର୍ଟି ଅଫିସକୁ ଆସିଥିବା ବେଳେ ଏପରି ଅଭାବନୀୟ ପରିସ୍ଥିତିର ସାମ୍ନା କରିଛନ୍ତି ସୁନୀତି। ସେପଟେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ”ମୁଁ ସେମିତି କିଛି ଭୁଲ୍‌ କରିନାହିଁ, ମୁଁ ଦଳରେ ଅଛି, ଏହା ମୋ ଘର” ବୋଲି ସୁନୀତି କହିଛନ୍ତି। ତେବେ ଭାଜପାରୁ ନିଲମ୍ବନ ହେବା ପରେ ଏକ ଗଣାମଧ୍ୟମ ସଂସ୍ଥାକୁ ପ୍ରତିକ୍ରିୟା ଦେଇ ସୁନୀତି କହିଥିଲେ ରାଜ୍ୟ ଭଜାପରେ କୁଚକ୍ରୀ ଓ ଷଡ଼ଯନ୍ତ୍ରକାରୀ ଅଛନ୍ତି। କେନ୍ଦ୍ରୀୟ ଭାଜପା ଢାଞ୍ଚାରେ ରାଜ୍ୟରେ ଦଳ କାମ କରୁନାହିଁ। ଦଳରେ ପକ୍ଷପାତିତା ଓ ପ୍ରୀୟାପ୍ରୀତିପୋଷଣ ଚାଲିଥିବା ସୁନୀତି କହିଥିଲେ। ଏହା ସହିତ ସେ କହିଛନ୍ତି, ନିଲମ୍ବନର ସତ ଜାଣିବାକୁ ରାଜ୍ୟ ପ୍ରଭାରୀଙ୍କ ପାଖକୁ ଚିଠି ଲେଖିଥିଲି । ବନ୍ତ ଥାନାରେ ହୋଇଥିବା ମାମଲା ଯୋଗୁ କାର୍ଯ୍ୟାନୁଷ୍ଠାନ ହୋଇଥିବା ସଂଗଠନ ସମ୍ପାଦକ ଜଣାଇଛନ୍ତି । ହେଲେ ଥାନାରେ ହୋଇଥିବା ମାମଲା ସମ୍ପୂର୍ଣ୍ଣ ମିଛ ।” ମିଛ ମାମଲାରେ ମୋ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଭାଜପାର ଏନେକ ଏମପି ଓ ବିଧାୟକଙ୍କ ନାଁରେ ଅନେକ ଏତଲା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.4 ° C
    28.4 °
    28.4 °
    73 %
    1.8kmh
    62 %
    Fri
    29 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ