Wednesday, May 27, 2026
39.1 C
Odisha

    ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ଅଧିସୂଚନା ଜାରି, ଆସନ୍ତା ୨୦ରେ ମିଳିବ ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ନୋଟିଫିକେସନ ଜାରି ହୋଇଛି । ଆସନ୍ତା ୨୦ ତାରିଖରେ ବିଜେପିକୁ ମିଳିବ ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ । ଜାନୁଆରୀ ୨୦ ତାରିଖରେ ନୂଆ ରାଷ୍ଟ୍ରୀୟ ସଭାପତିଙ୍କ ନାମ ଘୋଷଣା କରିବ ବିଜେପି । ଜାନୁଆରୀ ୧୯ ତାରିଖରେ ଏହି ପଦବୀ ପାଇଁ ନାମାଙ୍କନ ଦାଖଲ କରାଯିବ ।

    ନୋଟିଫିକେସନ ଅନୁଯାୟୀ, ଜାନୁଆରୀ ୧୬ରେ ନିର୍ବାଚକ ମଣ୍ଡଳୀ ମତଦାତାଙ୍କ ତାଲିକା ପ୍ରକାଶ କରିବ । ଜାନୁଆରୀ ୧୯ ତାରିଖ ଅପରାହ୍ନ ୨ଟାରୁ ୪ଟା ଯାଏଁ ନାମାଙ୍କନ ଦାଖଲ ହେବ । ଅପରାହ୍ନ ୪ଟାରୁ ୫ଟା ନାମାଙ୍କନ ଯାଞ୍ଚ ହେବ । ୫ଟାରୁ ୬ଟା ମଧ୍ୟରେ ନାମାଙ୍କନ ପ୍ରତ୍ୟାହାର ହେବ । ଆବଶ୍ୟକ ପଡିଲେ ଭୋଟିଂ ହେବ । ୨୦ ତାରିଖରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନାଁ ଘୋଷଣା ହେବ । ଏବେ ନୀତିନ ନବୀନ କାର୍ଯ୍ୟକାରୀ ଅଧ୍ୟକ୍ଷ ଅଛନ୍ତି ।

    ଅନୁମାନ କରାଯାଉଛି ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ନୀତିନ ନବୀନ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବେ । ଗତ ବର୍ଷ ଡିସେମ୍ବର ୧୪ ତାରିଖରେ ଦଳର ଜାତୀୟ କାର୍ଯ୍ୟକାରୀ ସଭାପତି ଭାବେ ତାଙ୍କୁ ନିଯୁକ୍ତ କରାଯାଇଥିଲା । ସେହି ଦିନଠାରୁ ଅନୁମାନ କରାଯାଉଥିଲା ନୀତିନ ନବୀନ ହିଁ ରାଷ୍ଟ୍ରୀୟ ଅଧ୍ୟକ୍ଷ ହୋଇପାରନ୍ତି । ନୀତିନ ନବୀନ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦବୀ ପାଇଁ ନାମାଙ୍କନ ଦାଖଲ କରିବେ । ସେ ହିଁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    39.1 ° C
    39.1 °
    39.1 °
    24 %
    4.4kmh
    83 %
    Wed
    40 °
    Thu
    46 °
    Fri
    44 °
    Sat
    42 °
    Sun
    42 °

    ସମ୍ବନ୍ଧିତ