Tuesday, March 3, 2026
30.7 C
Odisha

    ବିଜେପି ସରକାରରେ ମହିଳା ଅସୁରକ୍ଷିତ: ନବୀନ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ଦରଦାମ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡିଶାରେ ବିଜେପି ସରକାର ବିଫଳ ହୋଇଛି । ଏ ସରକାର ଶହେ ଦିନ ପୂରଣ କରିସାରିଲାଣି । କିନ୍ତୁ ସରକାରର ବିଫଳତା ଆଜି ସବୁଆଡେ ନିରାଶା ସୃଷ୍ଟି କରିଛି । ନିତ୍ୟ ବ୍ୟବହାର୍ଯ୍ୟ ପଦାର୍ଥର ଅହେତୁକ ଦରବୃଦ୍ଧି ସାଧାରଣ ଲୋକଙ୍କୁ ଘର ଚଳାଇବା କଷ୍ଟ କରି ଦେଲାଣି । ମହିଳା ମାନେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି । ନାରୀ ନିର୍ଯ୍ୟାତନା ବଢି ଚାଲିଛି । ଏପରିକି ସରକାରୀ କର୍ମଚାରୀ ମାନେ ମଧ୍ୟ ନିଜକୁ ସୁରକ୍ଷିତ ମନେକରୁନାହାନ୍ତି । ପୁରୀ ରାଜଭବନରୁ ଆରମ୍ଭ କରି ଭରତପୁର ଥାନା ପର୍ଯ୍ୟନ୍ତ ଏ ସବୁ ଘଟଣା ସରକାରଙ୍କ ବିଫଳତାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି । ଓଡିଶାରୁ ପୁଞ୍ଜି ଫେରି ଯାଉଛି । ଶିଳ୍ପପତି ମାନଙ୍କର ଓଡିଶା ସରକାର ଭରସା ନାହିଁ । ଏହିପରି ଅନେକ ବିଫଳତା ଶହେ ଦିନର ସରକାରର କାର୍ଯ୍ୟ ଦକ୍ଷତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି ବୋଲି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ କହିଛନ୍ତି । ଆଜି ଶଙ୍ଖ ଭବନରେ ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ସଂକ୍ରାନ୍ତୀୟ ପ୍ରସ୍ତୁତି ବୈଠକରେ ଉଦ୍‌ବୋଧନ ଦେଇ ଶ୍ରୀ ପଟ୍ଟନାୟକ କହିଥିଲେ ମିଛ କାହାଣୀ କହି ବିଜେପି ନିର୍ବାଚନରେ ଜିତିଛି । ମିଛ କହି ନିର୍ବାଚନ ଜିତା ଯାଇପାରେ, କିନ୍ତୁ ଲୋକଙ୍କ ହୃଦୟ ନୁହେଁ । ସୁଭଦ୍ରା ଯୋଜନା ହେଉ ବା ମାଗଣା ବିଜୁଳି ବା ଭତ୍ତା ବୃଦ୍ଧି, ବିଜେପିର ମିଥ୍ୟା ପ୍ରତିଶୃତି ଆଜି ସାଧାରଣ ଲୋକଙ୍କୁ ହତଚକିତ କରିଛି ବୋଲି ଶ୍ରୀ ପଟ୍ଟନାୟକ କହିବା ସହ ବିଜେପି ସରକାରର ବିଫଳତା ଓ ମିଛ ପ୍ରତିଶୃତି ବିଷୟରେ ଲୋକଙ୍କୁ ସଚେତନ କରିବା ପାଇଁ ଆହ୍ୱାନ ଜଣାଇଥିଲେ । ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜୁ ଜନତା ଦଳ ଏକ ଦାୟୀତ୍ୱପୂର୍ଣ୍ଣ ବିରୋଧୀ ଦଳ ଭାବରେ କାମ କରୁଛି । ଆମ ପାଇଁ ସାଧାରଣ ଲୋକର ସମସ୍ୟାର ସମାଧାନ ଓ ଓଡିଶାର ସ୍ୱାର୍ଥ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.7 ° C
    30.7 °
    30.7 °
    13 %
    2.1kmh
    2 %
    Tue
    35 °
    Wed
    36 °
    Thu
    38 °
    Fri
    38 °
    Sat
    38 °

    ସମ୍ବନ୍ଧିତ