Thursday, March 19, 2026
20.8 C
Odisha

    ବିଦେଶ ଗସ୍ତରେ ଯିବେ ବାଚସ୍ପତି ସୁରମା ପାଢ଼ୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବାଚସ୍ପତି ସୁରମା ପାଢ଼ୀ ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବା ପାଇଁ ଚଳିତ ମାସ ୫ରୁ ୧୯ ପର୍ଯ୍ୟନ୍ତ ବିଦେଶ ଗସ୍ତରେ ଯିବେ। ଏ ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି ଯେ, ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘରେ ୫୬ଟି ଦେଶ ସଭ୍ୟ ଭାବେ ରହିଥିବାବେଳେ ଭାରତ ଏହା ମଧ୍ୟରୁ ଅନ୍ୟତମ ସର୍ବବୃହତ୍ତମ ରାଷ୍ଟ୍ର। ଲୋକସଭାର ବାଚସ୍ପତି ଓମ୍‌ ବିର୍ଲାଙ୍କ ନେତୃତ୍ୱରେ ରାଜ୍ୟସଭାର ଉପାଧ୍ୟକ୍ଷ ହରିବଂଶ, ପାର୍ଲାମେଣ୍ଟ ସଦସ୍ୟ, ୨୨ଟି ରାଜ୍ୟର ବାଚସ୍ପତି, ଉପବାଚସ୍ପତି ଓ ସଚିବ ଏହି ସମ୍ମିଳନୀରେ ଯୋଗଦେଉଛନ୍ତି। ଚଳିତ ମାସ ୫ ତାରିଖ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରି ଲଣ୍ଡନ ଦେଇ ୬ ତାରିଖ ବାର୍ବାଡୋସ୍‌ରେ ପହଞ୍ଚିବେ। ୬ ରୁ ୧୧ ତାରିଖ ପର୍ଯ୍ୟନ୍ତ ବାର୍ବାଡୋସ୍‌ର ରାଜଧାନୀ ବ୍ରିଜ୍‌ଟାଉନ୍‌ଠାରେ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇ ସେ ନିଜର ବକ୍ତବ୍ୟ ରଖିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    20.8 ° C
    20.8 °
    20.8 °
    77 %
    1.9kmh
    99 %
    Wed
    21 °
    Thu
    33 °
    Fri
    33 °
    Sat
    34 °
    Sun
    35 °

    ସମ୍ବନ୍ଧିତ