Thursday, May 21, 2026
31.4 C
Odisha

    ବିଧାନସଭାର ଦିନିକିଆ ସ୍ଵତନ୍ତ୍ର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତାକାଲି ବିଧାନସଭାର ଦିନିକିଆ ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା କଡ଼ାକଡ଼ି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ଜଗିବେ ୩୦ ପ୍ଲାଟୁନ୍ ପୋଲିସ ଫୋର୍ସ । ଆଜି ବିଧାନସଭା ସୁରକ୍ଷା ତଦାରଖ କଲେ ପୋଲିସ କମିସନର । ଅତିରିକ୍ତ ପୋଲିସ କମିଶନରଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀ ମଧ୍ୟ ସୁରକ୍ଷା ଯାଞ୍ଚ କରିଛନ୍ତି। କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ୩୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହେବ। ଏଥିପାଇଁ ୧୦୦ ଅଫିସରଙ୍କ ସହ ଷ୍ଟ୍ରାଇକିଂ ଫୋର୍ସ, ଏସଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ ସ୍କ୍ବାଡ ଓ ଅଗ୍ନିଶମ ବାହିନୀ ମଧ୍ୟ ନିୟୋଜିତ ରହିବେ ।

    ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣୀ କରାଯିବା ସହ ବ୍ୟାରିକେଡିଂ କରାଯାଇଛି । ଲୋୟର ପିଏମଜିରେ ୧୪୪ ଧାରା ଜାରି କରାଯିବ। ସିସିଟିଭି ସର୍ଭେଲାନ୍ସ ଦ୍ବାରା ବିଧାନସଭା ଓ ଆଖପାଖ ଅଞ୍ଚଳ ସମ୍ପୂର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    31.4 ° C
    31.4 °
    31.4 °
    45 %
    2.4kmh
    11 %
    Thu
    31 °
    Fri
    45 °
    Sat
    45 °
    Sun
    45 °
    Mon
    46 °

    ସମ୍ବନ୍ଧିତ