Friday, April 3, 2026
39.1 C
Odisha

    ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ପ୍ରଖ୍ୟାତ ଅଭିନେତା ତଥା ଦିଗପହଣ୍ଡି ବିଧାୟକ, ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ କନକ ମହାପାତ୍ରଙ୍କ ପରଲୋକ ଘଟିଛି । ତାଙ୍କ ଖାରବେଳ ନଗର ବାସଭବନରେ ବହୁ ବ୍ୟକ୍ତି ଶେଷ ଦର୍ଶନ କରିବାକୁ ଯାଇଥିଲେ । ଏଥିରେ ବହୁ ଚଳଚିତ୍ର ଅଭିନେତା ଓ ନେତା ସାମିଲ ଥିଲେ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ସିଦ୍ଧାନ୍ତଙ୍କ ମାଆଙ୍କୁ ଶେଷ ଦର୍ଶନ କରିଛନ୍ତି । ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ଯେ, ଲୋକପ୍ରିୟ ଅଭିନେତା ତଥା ଆମ ଦଳର ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ରଙ୍କ ମାତା କନକ ମହାପାତ୍ରଙ୍କ ପରଲୋକ ଖବର ଶୁଣି ମୁଁ ଦୁଃଖିତ। ଏ ଦୁଃଖଦ ସମୟରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍‌ଗତି କାମନା କରୁଛି।

    ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି କହିଛନ୍ତି, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ, ସେ ଦିବଙ୍ଗତ ଆତ୍ମାଙ୍କୁ ଶାନ୍ତି ପ୍ରଦାନ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ଏହି ଦୁଃଖ ସହିବାର ଶକ୍ତି ପ୍ରଦାନ କରନ୍ତୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ