Monday, October 12, 2026
28 C
Odisha

    ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଗଭୀର ଶୋକ ପ୍ରକାଶ । ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷ କୃତ୍ୟ ସଂପନ୍ନ ପାଇଁ ନିଷ୍ପତ୍ତି । ଉତ୍ତମ ମହାନ୍ତି ଥିଲେ ଜଣେ ଓଡ଼ିଆ ସିନେ ଜଗତର ଧ୍ରୁବ ତାରା ସଦୃଶ । ଦୀର୍ଘ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ସେ ଓଡ଼ିଆ ସିନେମା ଜଗତର ଥିଲେ ଅପ୍ରତିଦ୍ଵନ୍ଦୀ ନାୟକ । ଓଡ଼ିଆ କଳା ଜଗତର ସେ ଥିଲେ ଆଇକନ । ଓଡ଼ିଆ ସହିତ ଅନେକ ବଙ୍ଗାଳୀ ଓ ଏପରିକି ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରି ସେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଏକ ଉଚ୍ଚ ସ୍ତରକୁ ନେଇଥିଲେ। ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକ ଗତ ଆତ୍ମାର ସଡଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ର ପରିବାର ବର୍ଗଙ୍କ ପାଇଁ ସମ ବେଦନା ପ୍ରକାଶ କରିଛନ୍ତି ।ସେହିପରି ଉତ୍ତମ ମହାନ୍ତିଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ତାଙ୍କ ବିୟୋଗ ଖବରେ ଅତ୍ୟନ୍ତ ବ୍ୟଥିତ କରିଛି ବୋଲି କହିଛନ୍ତି । ସୃଷ୍ଟି ହୋଇଥିବା ଶୂନ୍ୟସ୍ଥାନ କିଏ ପୂରଣ କରିପାରିବେ ନେଇ ବୋଲି ସୋସିଆଲ ମିଡିଆରେ ଲେଖିଛନ୍ତି । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓଡ଼ିଆ ସିନେ ଜଗତର ଅଦ୍ଵିତୀୟ ନାୟକ ଉତ୍ତମ ମହାନ୍ତିଙ୍କ ଦେହାନ୍ତ ଖବର ସମଗ୍ର ଓଡ଼ିଶା ପାଇଁ ଶୋକ ଆଣିଦେଇଛି ବୋଲି କହିଛନ୍ତି । ତାଙ୍କ ନିଖୁଣ ଅଭିନୟଦ୍ୱାରା ଦଶନ୍ଧି ଦଶନ୍ଧି ଧରି ସେ ଓଡ଼ିଆ ସିନେପ୍ରେମୀଙ୍କ ହୃଦୟକୁ ଛୁଇଁଥିଲେ । ଓଡ଼ିଶା ଓ ଓଡ଼ିଆ କଳାକ୍ଷେତ୍ର ପାଇଁ ତାଙ୍କ ଅବଦାନକୁ ଏ ମାଟି ସର୍ବଦା ମନେ ପକାଉଥିବ ବୋଲି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୋସିଆଲ ମିଡିଆରେ ଲେଖିଛନ୍ତି ।

    ସୂଚନା ଅନୁସାରେ ଗତକାଲି ଦିଲ୍ଲୀ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଉତ୍ତମ ମହାନ୍ତିଙ୍କ ପରଲୋକ ହୋଇଛି । ୬୭ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଉତ୍ତମ ମହାନ୍ତିଙ୍କ ପରଲୋକ ନେଇ ତାଙ୍କ ପୁତୁରା ସୂଚନା ଦେଇଛନ୍ତି ।ଲିଭର ସିରୋସିସରେ ଆକ୍ରାନ୍ତ ଥିଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି । ପେବ୍ରୁଆରୀ ୮ ତରିଖରେ ତାଙ୍କୁ ଭୁବନେଶ୍ବରରୁ ମେଦାନ୍ତ ହସ୍ପିଟାଲକୁ ଏୟାର ଲିଫ୍ଟ କରାଯାଇଥିଲା । ତା ପୂର୍ବରୁ ସେ ଭୁବନେଶ୍ବର କିମ୍ସ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଅଧିକ ଚିକିତ୍ସା ପାଇଁ ତାଙ୍କୁ ଏୟାର ଲିଫଟ କରାଯାଇଥିଲା । ଉତ୍ତମଙ୍କ ବିୟୋଗରେ ଓଡ଼ିଆ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି । ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ। ଦର୍ଶକଙ୍କୁ ଅନେକ ସୁପରହିଟ୍ ସିନେମା ଭେଟି ଦେଇଥିଲେ ଉତ୍ତମ ମହାନ୍ତି । ବଳିଷ୍ଠ ଅଭିନୟ ପାଇଁ ସେ ବହୁ ପୁରସ୍କାର ଲାଭ କରିଥିଲେ । ଏକମାତ୍ର ଓଡ଼ିଆ ଅଭିନେତା ଭାବେ ଲଗାତାର ୩ବର୍ଷ ଧରି ୧୯୮୨,୧୯୮୩ ଓ ୧୯୮୪ରେ ରାଜ୍ୟ ସରକାରଙ୍କ ଠାରୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇଥିଲେ । ୧୯୯୯ରେ ସମ୍ମାନଜନକ ଜୟଦେବ ପୁରସ୍କାରରେ ସମ୍ମାନିତ ହୋଇଥିଲେ ଉତ୍ତମ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28 ° C
    28 °
    28 °
    69 %
    1.4kmh
    4 %
    Mon
    25 °
    Tue
    30 °
    Wed
    30 °
    Thu
    31 °
    Fri
    31 °

    ସମ୍ବନ୍ଧିତ