Wednesday, March 18, 2026
21.1 C
Odisha

    ବିଶ୍ବ ଦୌଡ଼କୁଦ କଣ୍ଟିନେଣ୍ଟାଲ୍‌ ଟୁର୍‌ ପ୍ରସ୍ତୁତିର ସମୀକ୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଅଗଷ୍ଟ ୧୦ ତାରିଖରେ ଅନୁଷ୍ଠିତ‌ ହେବ ବିଶ୍ବ ଦୌଡ଼କୁଦ ମହାଦେଶୀୟ କାଂସ୍ୟ ସ୍ତରୀୟ ପ୍ରତିଯୋଗିତା। ଏହି ବିଶ୍ବସ୍ତରୀୟ ପ୍ରତିଯୋଗିତାର ପ୍ରସ୍ତୁତିକୁ ଶୁକ୍ରବାର ସର୍ବଭାରତୀୟ ଦୌଡ଼କୁଦ ସଂଘ, ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ପ୍ରଶାସନର ସହଯୋଗରେ ଆୟୋଜିତ ଏହି ପ୍ରତିଯୋଗିତାକୁ ଯେଭଳି ସଫଳ ରୂପେ ଆୟୋଜନ କରାଯାଇପାରିବ ସେ ସମ୍ବନ୍ଧରେ ମନ୍ତ୍ରୀ ଆଲୋଚନା କରିଥିଲେ। ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ପ୍ରଦାନଠାରୁ ଆରମ୍ଭ କରି ପ୍ରତିଯୋଗିତାରେ ଭାଗନେଉଥିବା ଖେଳାଳିଙ୍କର ସୁରକ୍ଷିତ ରହଣି, ଆତିଥେୟତାଠାରୁ ନେଇ ଲଜିଷ୍ଟିକ୍ସ ପର୍ଯ୍ୟନ୍ତ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ। ସମସ୍ତ ଖେଳାଳି, ଦର୍ଶକ ଓ ଅଂଶୀଦାରଙ୍କର ସୁରକ୍ଷା ବ୍ୟବସ୍ଥା, ପୁଲିସ ମୁତୟନ ଏବଂ କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ଆବଶ୍ୟକ ରହିଥିବା ସମସ୍ତ ପ୍ରଶାସନିକ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ। ପ୍ରତିଯୋଗିତାରେ ୧୯ଟି ଦେଶରୁ ପ୍ରାୟ ୨୦୦ରୁ ଉର୍ଦ୍ଧ୍ୱ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ। ପ୍ରତିଯୋଗିତାରେ ସମୁଦାୟ ୨୦ଟି ଇଭେଣ୍ଟ୍‌ର ଆୟୋଜନ କରାଯିବ। ଓଡ଼ିଶାରେ ପ୍ରଥମ ଥର ପାଇଁ ବିଶ୍ବ ଦୌଡ଼କୁଦ ମହାଦେଶୀୟ କାଂସ୍ୟ ସ୍ତର ମୁକାବିଲା ଆୟୋଜନ ହେବା ଆମ ପାଇଁ ଗର୍ବ ଓ ଗୌରବର ବିଷୟ। ଏହାକୁ ସଫଳତାର ସହ ଆୟୋଜନ କରିବା ନିମନ୍ତେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶ୍ୱସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ କରିବାରେ ଓଡ଼ିଶା ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି। ଓଡ଼ିଶାର କ୍ରୀଡ଼ାବିତ୍‌ମାନେ ମଧ୍ୟ ନିକଟ ଅତୀତରେ ଆୟୋଜିତ ହୋଇଥିବା ବିଭିନ୍ନ ଅନ୍ତର୍ଜାତୀୟସ୍ତରୀୟ ପ୍ରତିଯୋଗିତାରେ ସଫଳତା ହାସଲ କରି ରାଜ୍ୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି। ଓଡ଼ିଶାର କ୍ରୀଡ଼ାବିତ୍‌ ଭଲ ପ୍ରଦର୍ଶନ କରିବେ ବୋଲି କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଶାବ୍ୟକ୍ତ କରିଛନ୍ତି। ଶୁକ୍ରବାରର ପ୍ରସ୍ତୁତି ସମୀକ୍ଷାରେ କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ, ନିର୍ଦ୍ଦେଶକ ଡକ୍ଟର ୟେଦୁଲା ବିଜୟ, ଅତିରିକ୍ତ ଶାସନ ସଚିବ ବିଜୟ କୁମାର ସ୍ୱାଇଁ, ଅଶୋକ କୁମାର ପଣ୍ଡା, ଓଡ଼ିଶା ହକି ବିକାଶ ପରିଷଦ ସିଇଓ ଦୀପଙ୍କର ମହାପାତ୍ର, ଅତିରିକ୍ତ ପୁଲିସ କମିସନର ନରସିଂହ ଭୋଳ ପ୍ରମୁଖ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.1 ° C
    21.1 °
    21.1 °
    76 %
    2.2kmh
    100 %
    Wed
    22 °
    Thu
    31 °
    Fri
    34 °
    Sat
    34 °
    Sun
    35 °

    ସମ୍ବନ୍ଧିତ