Friday, August 15, 2025
24.9 C
Odisha

    ବୁଣାକାରଙ୍କ ପାଇଁ ଖୁସି ଖବର, ଭତ୍ତା ବଢାଇଲେ ରାଜ୍ୟ ସରକାର

    ଆଗକୁ ପଢନ୍ତୁ

    ବୁଣାକାର ଶ୍ରମିକଙ୍କ ପାଇଁ ଖୁସି ଖବର । ବୁଣାକାରମାନଙ୍କର ଭତ୍ତା ବଢାଇଲେ ରାଜ୍ୟ ସରକାର । ତେବେ ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତା ୬ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ, ମହିଳା ବୁଣାକାର ଶ୍ରମିକଙ୍କ ଭତ୍ତା ୭ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି । ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬ ହଜାର ଟଙ୍କା ବଦଳରେ ୭ ହଜାର ଏବଂ ପୁରୁଷ କର୍ମଚାରୀଙ୍କୁ ମାସକୁ ୫ ହଜାର ବଦଳରେ ୬ ହଜାର ଟଙ୍କା ପ୍ରଦାନ କରାଯିବ ।

    ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଅନୁଷ୍ଠିତ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌ରେ ଏହା ଘୋଷଣା କହିଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ଜଗତସିଂହପୁର ଏବଂ ଭଦ୍ରକ ଠାରେ ଦୁଇଟି ଟେକ୍ସଟାଇଲ ଓ ଫୁଟ୍‌ୱିୟର ପାର୍କର ଲୋକାର୍ପଣ କରିଥିଲେ । ଆଜି ଲୋକସେବା ଭବନ କନଭେନସନ ହଲ୍‌ ରେ ଶୁଭାରମ୍ଭ ହୋଇଯାଇଛି ‘ଓଡ଼ିଶା ଟେକ୍ସ ୨୦୨୫’ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିଛନ୍ତି ।

    ଆଜିର କନ୍‌କ୍ଲେଭ୍‌ରେ ୧୬୦ରୁ ଅଧିକ ବୃହତ ଓ ନୂତନ ଉଦ୍ୟୋଗୀ ଯୋଗଦେଇଥିଲେ । ବଲାଙ୍ଗୀର, ଜଗତସିଂହପୁର, କେନ୍ଦୁଝର, ସମ୍ବଲପୁର, କଟକ ଏବଂ ଗଞ୍ଜାମ ଜିଲାରେ ଟେକ୍ସଟାଇଲ ପାର୍କ ଉଦଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀ ମାନଙ୍କୁ ସପ୍ତାହର ଯେକୌଣସି ଗୋଟିଏ ଦିନ ହସ୍ତତନ୍ତ ପ୍ରସ୍ତୁତ ପୋଷାକ ପରିଧାନ କରିବା ପାଇଁ ଆହ୍ୱାନ ଦେଇଥିଲେ । ଏହି କନ୍‌କ୍ଲେଭ୍‌ରେ ମୋଟ୍ ୩୩ଟି ଏମ୍‌ଓୟୁ ସ୍ୱାକ୍ଷରିତ ହୋଇଥିବା ବେଳେ, ୭୮୦୮ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରତିଶ୍ରୁତି ଆସିଛି ।

    ଏହା କାର୍ଯ୍ୟକାରୀ ହେବା ଦ୍ୱାରା ରାଜ୍ୟରେ ୫୩,୩୦୦ ଟି ନିଯୁକ୍ତି ସୁଯୋଗ ସୃଷ୍ଟିହେବ । ଏହା ସହିତ ପ୍ରତିବର୍ଷ ଏହି କନକ୍ଲେଭ ଆୟୋଜନ କରିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ବସ୍ତ୍ର ଶିଳ୍ପ ବହୁତ ପ୍ରାଚୀନ । ଆମ ସଂସ୍କୃତି ଏବଂ ପରମ୍ପରା ସହିତ ଆମ ପୋଷାକ ଓ ପରିଧାନ ଜଡିତ ହୋଇ ରହିଛି । ପଶ୍ଚିମ ଓଡିଶାର ପାରମ୍ପାରିକ ବସ୍ତ୍ର ପ୍ରସ୍ତୁତି ପ୍ରକ୍ରିୟା, ବ୍ରହ୍ମପୁରର ରେଶମ, ଗଜପତି, କେନ୍ଦୁଝରର ଟସର ଏବଂ ମାଣିଆବନ୍ଧ ସୂକ୍ଷ୍ମକଳାର ସାରା ଦେଶରେ ସ୍ୱତନ୍ତ୍ର ପରିଚୟ ରହିଛି ।

    ଏହି ସମସ୍ତ ପୋଷାକର ପ୍ରଚାର ପ୍ରସାର ମାଧ୍ୟମରେ ଓଡିଶାକୁ ଟେକ୍ସଟାଇଲ ହବ୍ କରିବା ପାଇଁ ଆମ ସରକାର ଉଦ୍ୟମ କରୁଛନ୍ତି । ଅନ୍ୟାନ୍ୟ ଶିଳ୍ପ ସହିତ ବୟନ ଓ ପୋଷାକ ଶିଳ୍ପ କ୍ଷେତ୍ରରେ ମଧ୍ୟ ଓଡ଼ିଶା ଦେଶର ସବୁଠାରୁ ଆକର୍ଷଣୀୟ ସ୍ଥାନ ଭାବେ ପରିଗଣିତ ହୋଇପାରିଛି । ତେଣୁ ଏ କ୍ଷେତ୍ରରେ ବ୍ୟାପକ ନିଯୁକ୍ତି ସୁଯୋଗ ରହିଛି । ବିଶେଷକରି ମହିଳା ମାନଙ୍କୁ ଅଧିକ ନିଯୁକ୍ତିର ସୁଯୋଗ ରହିଛି । ଓଡ଼ିଶାର ଗ୍ରାମାଞ୍ଚଳ ଓ ଅର୍ଥନୈତିକ ପଛୁଆ ବର୍ଗର ଯୁବକ ଯୁବତୀମାନଙ୍କ ପାଇଁ ଏହା ବ୍ୟାପକ ସୁଯୋଗ ସୃଷ୍ଟି କରିବା ସହ ଓଡ଼ିଶାର ଆର୍ଥିକ ସମୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.9 ° C
    24.9 °
    24.9 °
    94 %
    1.1kmh
    90 %
    Fri
    25 °
    Sat
    30 °
    Sun
    30 °
    Mon
    28 °
    Tue
    29 °

    ସମ୍ବନ୍ଧିତ