Friday, May 2, 2025
35.5 C
Odisha

ବୁଧବାର ବନକଲାଗି ; ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଆଗକୁ ପଢନ୍ତୁ

ପୁରୀ : ଆସନ୍ତା ବୁଧବାର ଆଶ୍ୱିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଏହି ଗୁପ୍ତ ନୀତି ପାଇଁ ଆପାତତଃ ଅପରାହ୍ନ ୫ଟାରୁ ରାତି ୯ଟା ଅର୍ଥାତ୍ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଜୟ ବିଜୟ ଦ୍ୱାର ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ ହେବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଏହି ନୀତି କରିବେ । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳିରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ବନକଲାଗି କରାଯିବ ।

ଅନ୍ୟାନ୍ୟ ଖବର

ପାଣିପାଗ

Odisha
clear sky
35.5 ° C
35.5 °
35.5 °
30 %
2kmh
1 %
Fri
39 °
Sat
39 °
Sun
40 °
Mon
40 °
Tue
41 °

ସମ୍ବନ୍ଧିତ