Monday, October 5, 2026
21.7 C
Odisha

    ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ପରୀକ୍ଷା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଉଭୟ ଟୁଇଟ୍‌ କରି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଚାପମୁକ୍ତ ହୋଇ ସକରାତ୍ମକ ମନୋଭାବ ଏବଂ ଦୃଢ଼ ଆତ୍ମବିଶ୍ବାସର ସହ ପରୀକ୍ଷା ଦେବାକୁ ପରାମର୍ଶ ଦେଇଥିଲେ। ଏଥିସହ ପରୀକ୍ଷାର୍ଥୀଙ୍କ ସଫଳତା ଏବଂ ଉଜ୍ଜ୍ୱଳ ଭବିଷ୍ୟତ କାମନା ମଧ୍ୟ କରିଥିଲେ।
    ଅନ୍ୟପକ୍ଷରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ଭୁବନେଶ୍ବରସ୍ଥିତ କ୍ୟାପିଟାଲ୍‌ ହାଇସ୍କୁଲରେ ପରୀକ୍ଷା କେନ୍ଦ୍ରକୁ ଯାଇ ସମୀକ୍ଷା କରିଛନ୍ତି।

    ମନ୍ତ୍ରୀ ଶ୍ରୀ ଗଣ୍ଡ କହିଛନ୍ତି ଯେ ପ୍ରଥମ ଦିନର ପରୀକ୍ଷା ସୁରୁଖୁରୁରେ ଶେଷ ହୋଇଛି। ଖୁବ୍‌ ଉତ୍ସାହର ସହ ଛାତ୍ରଛାତ୍ରୀ ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଇଛନ୍ତି। ପରୀକ୍ଷା ପରିଚାଳନା ଓ କୌଣସି ପ୍ରକାର ଅସୁବିଧା ନ ହେବାକୁ ସମସ୍ତ କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା ହୋଇଛି। କଡ଼ାକଡ଼ି ଭାବେ ଯାଞ୍ଚ କରିବାକୁ କୁହାଯାଇଛି। ପରୀକ୍ଷା ସୁପରିଚାଳନା ପାଇଁ ଗଠିତ ୪ସ୍ତରୀୟ ସ୍କ୍ବାଡ୍‌ ସହରର ବିଭିନ୍ନ ପରୀକ୍ଷା କେନ୍ଦ୍ର ଗସ୍ତ କରି  ଯାଞ୍ଚ କରିଥିଲେ। ପରୀକ୍ଷା କେନ୍ଦ୍ରରେ ଯେମିତି କୌଣସି ଅନିୟମିତତା ନହେବ, ସେଥିପାଇଁ ଫ୍ଲାଇଙ୍ଗ ସ୍କ୍ବାଡ୍, ସେଣ୍ଟ୍ରାଲ୍‌ ଅବଜରଭର୍ ଓ ଜିଲ୍ଲାସ୍ତରୀୟ ପର୍ଯ୍ୟବେକ୍ଷକଙ୍କୁ ନିୟୋଜିତ କରାଯାଇଛି। କଣ୍ଟ୍ରୋଲ ରୁମ୍‌ରୁ ସ୍ଥିତି ଅନୁଧ୍ୟାନ କରାଯାଉଥିବା ସେ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.7 ° C
    21.7 °
    21.7 °
    75 %
    1.2kmh
    0 %
    Mon
    31 °
    Tue
    31 °
    Wed
    31 °
    Thu
    29 °
    Fri
    31 °

    ସମ୍ବନ୍ଧିତ