Sunday, October 4, 2026
28.6 C
Odisha

    ବୈଠକରେ ନିଷ୍ପତ୍ତି: ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଜାଗର ପାଖେଇ ଆସୁଛି। ଆସନ୍ତା ୨୬ ତାରିଖରେ ଜାଗର ଥିବାରୁ ଶିବାଳୟରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି। ମହାଶିବରାତ୍ରୀ ନେଇ ମଙ୍ଗଳବାର ଦିନ ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ଚଳିତ ବର୍ଷ ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ମହାଦୀପ ଉଠିବ।ପୂର୍ବରୁ ଖୁବ୍‌ଶୀଘ୍ର ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ଆସିବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଥିଲେ। ନୂଆ ଆଇନ ପାଇଁ କେନ୍ଦ୍ର ସରକାର ଯେଉଁ ସ୍ପଷ୍ଟୀକରଣ ମାଗିଥିଲେ, ତାହା ପ୍ରସ୍ତୁତ ହୋଇ ସାରିଛି। ବଦଳିବା ପରେ ଡ୍ରାଫ୍ଟ ହୋଇଛି । ତାକୁ ରାଷ୍ଟ୍ରପତି ଏବଂ କେନ୍ଦ୍ର ସରକାରଙ୍କ ଅନୁମତି ପାଇଁ ଯିବ। ଖୁବ୍‌ଶୀଘ୍ର ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ଆସିବ ବୋଲି ସେ କହିଥିଲେ। ନୀତିକାନ୍ତିଙ୍କୁ ବ୍ୟବସ୍ଥିତ କରାଇବା ପାଇଁ ଯାହା ଆବଶ୍ୟକ ସରକାର କରୁଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ