Tuesday, October 14, 2025
23.6 C
Odisha

    ବୌଦ୍ଧ ଦେଖିବ ରେଳ ଆଲୁଅ, ଆଜି ରେଳ ସେବା ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ବୌଦ୍ଧ: ଆଜି ବୌଦ୍ଧ ଦେଖିବ ରେଳ ଗାଡ଼ି । ଭାରରତ ରେଳ ମାନଚିତ୍ରରେ ସାମିଲ ହେବ ବୌଦ୍ଧ । ଜିଲ୍ଲାରେ ପ୍ରବଳ ଉତ୍ସାହ । ବୌଦ୍ଧ ଜିଲ୍ଲାରେ ୧୩୭୬ କୋଟି ଟଙ୍କା ବ୍ୟୟରେ ନିର୍ମିତ ସୋନପୁର-ପୁରୁଣାକଟକ ୭୩ କିଲୋମିଟର ଲମ୍ବାର ନୂତନ ରେଳ ଲାଇନର ଉଦଘାଟନ କରିବେ ପ୍ରଧାମନ୍ତ୍ରୀ ମୋଦି । ସୋନପୁର-ପୁରୁଣାକଟକ ସେକ୍ସନରେ ପ୍ରଥମ ଥର ପାଇଁ ବୌଦ୍ଧ ଜିଲ୍ଲା ମୁଖ୍ୟାଳୟରେ ରେଳ ନେଟୱାର୍କ ପହଞ୍ଚିଛି ।

    ଏହି ରେଳ ଲାଇନ ୩୦୧ କିଲୋମିଟର ଲମ୍ବା ଖୋର୍ଦ୍ଧା ରୋଡ-ବଲାଙ୍ଗିର ରେଳ ଲାଇନର ଏକ ଅଂଶ । ବୌଦ୍ଧ ଜିଲ୍ଲା ମୁଖ୍ୟାଳୟ ପ୍ରଥମ ଥର ପାଇଁ ରେଳ ନେଟୱାର୍କ ସହିତ ସଂଯୋଗ ହେବାକୁ ଯାଉଛି। ଯାହା ସ୍ଥାନୀୟ ଲୋକଙ୍କ ଦଶନ୍ଧି ପୁରୁଣା ସ୍ୱପ୍ନ । ଭକ୍ତମାନେ ସୁବିଧାରେ ଭୈରବୀ ମନ୍ଦିରକୁ ଯାଇପାରିବେ । ଏହି ଅଞ୍ଚଳର ସାମାଜିକ ଏବଂ ଅର୍ଥନୈତିକ ସଂଯୋଗକୁ ଆହୁରି ମଜବୁତ କରିବ ଏହି ରେଳ ସେବା । ଉଦଘାଟନକୁ ପ୍ରତୀକ୍ଷା କରିଛନ୍ତି ବୌଦ୍ଧବାସୀ ।

    ଏହା ସହିତ, ଭକ୍ତମାନେ ଭୈରବୀ ମନ୍ଦିରକୁ ଯିବା ଆସିବାରେ ସାହାଯ୍ୟ ପାଇବେ । ପ୍ରଥମ ଥର ପାଇଁ, ସୋନପୁର ଏବଂ ପୁରୁଣା କଟକ ମଧ୍ୟରେ ନୂଆ ରେଳ ଲାଇନ ମାଧ୍ୟମରେ ସିଧାସଳଖ ରେଳ ସଂଯୋଗ ହାସଲ କରାଯାଉଛି, ଯାହା ଏହି ଅଞ୍ଚଳର ସାମାଜିକ ଏବଂ ଅର୍ଥନୈତିକ ସଂଯୋଗକୁ ଆହୁରି ମଜବୁତ କରିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.6 ° C
    23.6 °
    23.6 °
    81 %
    1.4kmh
    16 %
    Tue
    24 °
    Wed
    30 °
    Thu
    30 °
    Fri
    29 °
    Sat
    29 °

    ସମ୍ବନ୍ଧିତ