Wednesday, August 20, 2025
23.5 C
Odisha

    ବ୍ରହ୍ମଗିରି ବିଧାୟକ ତଥା ରାଜ୍ୟ ଉପସଭାପତି ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ମାତା ଶୁଭଲକ୍ଷ୍ମୀ ଦେବୀଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର,ତା.୦୪/୦୪: ସ୍ୱାଧୀନତା ସଂଗ୍ରାମୀ ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ରଙ୍କ ଦାୟଦ ତଥା ବ୍ରହ୍ମଗିରି ବିଧାୟକ ତଥା ରାଜ୍ୟ ଉପସଭାପତି ଶ୍ରୀ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ପୂଜ୍ୟା ମାତା ଶ୍ରୀମତୀ ଶୁଭଲକ୍ଷ୍ମୀ ଦେବୀଙ୍କ ଆଜି ଦେହାନ୍ତ ଘଟିଛି । ସ୍ୱର୍ଗତାଃ ଶୁଭଲକ୍ଷ୍ମୀ ଦେବୀ ଜଣେ ଧର୍ମପରାୟଣ ମହିଳା ଥିଲେ । ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ରଙ୍କ ସମେତ ଅନେକ ବରିଷ୍ଠ ନେତୃବୃନ୍ଦ ଗଭୀର ଶୋକ ପ୍ରକାଶ କରିଛନ୍ତି ।
    ସ୍ୱର୍ଗତାଃ ଶୁଭଲକ୍ଷ୍ମୀ ଦେବୀଙ୍କ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଏବଂ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    23.5 ° C
    23.5 °
    23.5 °
    93 %
    1.5kmh
    98 %
    Tue
    23 °
    Wed
    28 °
    Thu
    31 °
    Fri
    26 °
    Sat
    24 °

    ସମ୍ବନ୍ଧିତ