Sunday, January 11, 2026
27.1 C
Odisha

    ବ୍ରହ୍ମପୁର ଏସପି ଶ୍ରବଣା ବିବେକ ଏମ୍‌ଙ୍କ ପାଇଁ ବଢିଲା ଅଡୁଆ, ଏସପିଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

    ଆଗକୁ ପଢନ୍ତୁ

    ବ୍ରହ୍ମପୁର : ବ୍ରହ୍ମପୁର ଏସପି ଶ୍ରବଣା ବିବେକ ଏମ୍‌ଙ୍କ ପାଇଁ ବଢିଲା ଅଡୁଆ । ନିର୍ବାଚନୀ ମାମଲାରେ ବ୍ରହ୍ମପୁର ଏସପିଙ୍କୁ ଜବାବ ମାଗିଛନ୍ତି ହାଇକୋର୍ଟ । ବ୍ରହ୍ମପୁର ବିଜେପି ବିଧାୟକ କେ.ଅନିଲ କୁମାରଙ୍କ ବିରୋଧରେ ରୁଜୁ ନିର୍ବାଚନୀ ମାମଲାରେ ଏସପିଙ୍କୁ ନୋଟିସ କରାଯାଇଛି । ପୀତବାସ ପଣ୍ଡା ହତ୍ୟା ମାମଲାରେ ଗଣମାଧ୍ୟମକୁ ଏସପି ଦେଇଥିବା ବୟାନକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଅଦାଲତ । ନିର୍ବାଚନ ମାମଲା ବିଚାରଧୀନ ଥିବା ବେଳେ ଏସପିଙ୍କ ବୟାନକୁ କୋର୍ଟ କଡା ନିନ୍ଦା କରିଛନ୍ତି । ଏସପିଙ୍କ ବୟାନ କାହିଁକି ଅଦାଲତ ଅବମାନନା ଭାବେ ଗ୍ରହଣ କରାଯିବ ନାହିଁ ତାହାର ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ । ଆସନ୍ତା ୭ତାରିଖ ସୁଦ୍ଧା ଲିଖିତ ଜବାବ ଦେବାକୁ ନିର୍ଦେଶ ଦିଆଯାଇଛି । ବିଚାରପତି ଶଶିକାନ୍ତ ମିଶ୍ରଙ୍କ ଖଣ୍ଡପୀଠ ଏ ମାମଲାର ଶୁଣାଣି କରି ଏହି ନିର୍ଦେଶ ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.1 ° C
    27.1 °
    27.1 °
    14 %
    2.7kmh
    2 %
    Sun
    25 °
    Mon
    28 °
    Tue
    28 °
    Wed
    29 °
    Thu
    30 °

    ସମ୍ବନ୍ଧିତ