ଭୁବନେଶ୍ୱର : ବ୍ରହ୍ମପୁର ହଳଦିଆପଦର ଓଭର ବ୍ରିଜ୍ ନିକଟରେ ୩ଟି ବାଇକ ଉପରେ ଟ୍ରକ ମାଡିଯିବାରୁ ୫ଜଣଙ୍କର ଜବୀନ ଚାଲିଯାଇଛି । ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୋହନ ଚରଣ ମାଝୀ । ହଳଦିଆପଦର ଠାରେ ଘଟିଥିବା ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ଏକାଧିକ ଲୋକଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହି ଦୁର୍ଘଟଣାରେ ସମସ୍ତ ଆହତଙ୍କ ପାଇଁ ସର୍ବୋତ୍ତମ ଚିକିତ୍ସା ସେବା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

