Tuesday, April 14, 2026
28.8 C
Odisha

    ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କୁ ଗରଫ କଲା ଭିଜିଲାନ୍ସ

    ଆଗକୁ ପଢନ୍ତୁ

    ଭଞ୍ଜନଗର/ବ୍ରହ୍ମପୁର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନ୍ସଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କୁ ଗରଫ କରିଛି ଭିଜିଲା। ତାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଥିଲା। ଏକାକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ ଚାଲିଥିବା ନେଇ ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।

    ପ୍ରସନ୍ନ ସ୍ୱାଇଁଙ୍କ ଭଞ୍ଜନଗର ବାଗଦେବୀ ରୋଡ ସ୍ଥିତ ବାସଭବନ ଓ ୩ ମହଲା ଘର, ଭଞ୍ଜନଗରରେ ଥିବା ୩ ମହଲା ଘର, ନିର୍ମାଣାଧାନ ଦୁଇମହଲା ଘର, ବ୍ରହ୍ମପୁରର ତୁଳସୀନଗରରେ ଥିବା ୪ମହଲା ଘର, ଭଞ୍ଜନଗରର ଅଫିସ୍ ଦୁଇ ସଂପର୍କୀୟଙ୍କ ଘର ଓ ପୈତୃକ ଘର ଭଞ୍ଜନଗର ଥାନା ଅନ୍ତର୍ଗତ ଲୁଡ଼ୁଲୁଡ଼ି ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
    ପ୍ରସନ୍ନଙ୍କ ନାମରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଟିମ୍ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ଉ କରିଛନ୍ତି। ଏହି ଭିଜିଲାନ୍ସ ଚଢ଼ଉରେ ୭ ଜଣ ଡିଏସପି ଓ ୫ ଜଣ ଏଏସ ଆଇ ଓ ଏଏସଆଇ ଓ ଅନ୍ୟ କର୍ମଚାରୀ ସାମିଲ ହୋଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.8 ° C
    28.8 °
    28.8 °
    29 %
    2.1kmh
    0 %
    Mon
    29 °
    Tue
    41 °
    Wed
    43 °
    Thu
    44 °
    Fri
    43 °

    ସମ୍ବନ୍ଧିତ