Monday, November 16, 2026
20.9 C
Odisha

    ଭାରତୀୟ ରିଜର୍ଭ ବ୍ୟାଙ୍କର ନୂତନ ଡାଟା ସେଣ୍ଟର ଏବଂ ସାଇବର୍‌ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ନିର୍ମିତ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ନୂତନ ଡାଟା ସେଣ୍ଟର ଏବଂ ସାଇବର୍‌ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀ ରବିବାର ଅପରାହ୍ଣ ପ୍ରାୟ ୪ଟା ୧୦ରେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ।

    ସେଠାରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରରେ ପ୍ରଧାନମନ୍ତ୍ରୀ ଇନଫୋଭ୍ୟାଲି ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ସ୍ବାଗତ ସ୍ବାଗତ କରିଥିଲେ । ସେଠାରୁ ଆର୍‌ବିଆଇ ଡାଟା ସେଣ୍ଟରରେ ପହଞ୍ଚି ପ୍ରତିଷ୍ଠାନକୁ ଉଦ୍‌ଘାଟନ କରିଥିଲେ।

    ଉଦ୍‌ଘାଟନୀ ପରେ ସେ ସଡ଼କ ପଥରେ ଭୁବନେଶ୍ବର ବିମାନବନ୍ଦରକୁ ଫେରିଯିବେ । ୬ଟା ୩୫ରେ ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଅର୍ଥମନ୍ତ୍ରୀ ନୀର୍ମଳା ସୀତାରମଣ, ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗଦେଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    20.9 ° C
    20.9 °
    20.9 °
    70 %
    1.5kmh
    100 %
    Mon
    20 °
    Tue
    27 °
    Wed
    24 °
    Thu
    20 °
    Fri
    21 °

    ସମ୍ବନ୍ଧିତ