Thursday, April 2, 2026
26 C
Odisha

    ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୪୨ ରନ୍

    ଆଗକୁ ପଢନ୍ତୁ

    ଦୁବାଇ : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପଞ୍ଚମ ମ୍ୟାଚ୍ ଆଜି ଦୁବାଇର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଚାମ୍ପିଅନ୍ସ ଟ୍ରଫିର ହାଇଭୋଲଟେଜ୍ ମ୍ୟାଚ୍‌ରେ ପାକିସ୍ତାନ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତ ବୋଲିଂ କରିଥିଲା। ପାକିସ୍ତାନ ୪୯.୪ ଓଭରରେ ଅଲ୍‌ଆଉଟ୍ ହୋଇ ୨୪୧ ରନ୍ କରିଛି। ଫଳରେ ଟିମ୍ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୨୪୨ ରନ୍ ରହିଛି।

    ପାକିସ୍ତାନ ପକ୍ଷରୁ ସୌଦ ସକିଲ୍ ୬୨ ରନ୍ କରିଥିବାବେଳେ ମହମ୍ମଦ ରିଜୱାନ ୪୬ ରନ୍ କରିଥିଲେ। ସେହିପରି ଇମାମ ଉଲ୍ ହକ୍ ୧୦ ରନ୍, ବାବର ଆଜମ୍ ୨୩, ସଲମାନ ଆଘା ୧୯ ରନ୍, ଖୁସଦିଲ ସାହା ୩୮ ରନ୍, ନସିମ ସାହା ୧୪ ରନ୍ କରିଥିଲେ। ପାକିସ୍ତାନ ଇନିଂସର ପ୍ରଥମ ଛକା ୪୨ତମ ଓଭରରେ ଲାଗିଥିଲା। ଭାରତ ପକ୍ଷରୁ କୁଲଦୀପ ଯାଦବ ୩ ୱିକେଟ ନେଇଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଅକ୍ଷର ପଟେଲ ୨ଟି ଲେଖାଏଁ ୱିକେଟ ନେଇଥିଲେ। ସେହିପରି ରବିନ୍ଦ୍ର ଜାଡେଜା ଗୋଟିଏ ୱିକେଟ ନେଇଥିଲେ। କୁଲଦୀପ ଯାଦବ ୪୩ତମ ଓଭରରେ ଲଗାତାର ଦୁଇଟି ବଲ୍‌ରେ ଦୁଇଟି ୱିକେଟ୍ ନେଇଥିଲେ। ତଥାପି, ସେ ହ୍ୟାଟ୍ରିକ୍ ହାତଛଡ଼ା କରିଥିଲେ। ପ୍ରଥମେ କୁଲଦୀପ ସଲମାନ ଆଘାଙ୍କୁ ଆଉଟ୍ କରିଥିଲେ ଏବଂ ପରେ ସାହିନ ସାହା ଆଫ୍ରିଦୀଙ୍କୁ ଶୂନ୍ୟରେ ପାଭିଲିୟନ ପଠାଇ ଦେଇଥିଲେ। କୁଲଦୀପ ଯାଦବ ନସିମ ​​ସାହାଙ୍କୁ ୧୪ ରନ୍‌ରେ ପାଭିଲିୟନ ପଠାଇ ଦେଇଥିଲେ। ୪୯ତମ ଓଭରରେ ଦୁଇଟି ଛକା ଲାଗିଥିଲା ​​ଏବଂ ଗୋଟିଏ ୱିକେଟ୍ ପଡ଼ିଥିଲା। ହାରିସ ରୌଫ ରନ୍‌ ଆଉଟ୍ ହୋଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26 ° C
    26 °
    26 °
    46 %
    1.3kmh
    0 %
    Thu
    39 °
    Fri
    41 °
    Sat
    38 °
    Sun
    37 °
    Mon
    35 °

    ସମ୍ବନ୍ଧିତ