ଯାଜପୁର : ଭାରସାମ୍ୟ ହରାଇ ଓଲଟିଲା ସ୍କୁଲ ଭ୍ୟାନ୍ । ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୧୫ ଛାତ୍ରଛାତ୍ରୀ । ଯାଜପୁର ଜିଲ୍ଲା ଧାନମଣ୍ଡଳ ସ୍ଥିତ ଏକ ପବ୍ଲିକ ସ୍କୁଲ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ୧୫ଜଣ ଛାତ୍ରଛାତ୍ରୀଙ୍କୁ ନେଇ ସ୍କୁଲ ଯାଉଥିବା ସମୟରେ ଧାନମଣ୍ଡଳ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଥିଲା ଭ୍ୟାନ । ସ୍ଥାନୀୟ ଲୋକେ ଏହା ଦେଖି ଗାଡ଼ିରେ ଥିବା ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରି ବଡଚଣା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ଦୁର୍ଘଟଣାରେ ଛାତ୍ରଛାତ୍ରୀଙ୍କ କୌଣସି କ୍ଷତି ହୋଇନଥିବା ଜଣାପଡ଼ିଛି ।
