Tuesday, April 7, 2026
35.3 C
Odisha

    ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ

    ଆଗକୁ ପଢନ୍ତୁ

    ସମ୍ବଲପୁର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ସେଟେଲମେଣ୍ଟ ଅଫିସରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ୱ ସହାୟକ(SRA)ବାସୁଦେବ ଭୋଇଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରାଯାଇଛି। ଏନେଇ ତାଙ୍କର  ଚାରୋଟି ସମ୍ପତ୍ତି ଥିବା ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଚଢ଼ଉ କରିଛନ୍ତି। ସମ୍ବଲପୁରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସର  ୨ ଜଣ DSP, ୮ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ବରଗଡ଼ ଏବଂ ସମ୍ବଲପୁର ଜିଲ୍ଲାର  ୪ଟି ସ୍ଥାନରେ ଏକକାଳୀନ ଘର ତଲାସୀ  କରାଯାଉଛି। ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଜାରି ଏକ ସୂଚନା ଅନୁଯାୟୀ,ଚଢ଼ଉ ହୋଇଥିବା ସ୍ଥାନଗୁଡ଼ିକ ମଧ୍ୟରେ ବରଗଡ଼ର ଏକ ଦ୍ୱିତଳ ଆବାସିକ କୋଠା, ସମ୍ବଲପୁରର ଚାରଭାଟିରେ ଏକ କୋଠା, ବରଗଡ଼ରେ ତାଙ୍କ ପୈତୃକ ଘର ଏବଂ ସମ୍ବଲପୁରରେ ତାଙ୍କ କାର୍ଯ୍ୟାଳୟ ଅନ୍ତର୍ଭୁକ୍ତ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    35.3 ° C
    35.3 °
    35.3 °
    26 %
    3.2kmh
    50 %
    Tue
    34 °
    Wed
    39 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ