Sunday, April 5, 2026
25.5 C
Odisha

    ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓଡ଼ିଶାରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ଆସିଛନ୍ତି। ବିମାନବନ୍ଦରରୁ ସିଧାସଳଖ ରାଜଭବନ ଅଭିମୁଖେ ଯ‌ାଇଛନ୍ତି ପ୍ରଧାନମନ୍ତ୍ରୀ। ସେଠାରେ କିଛି ସମୟ ବିଶ୍ରାମ ପରେ ଜନତା ମଇଦାନ ଅଭିମୁଖେ ଯିବେ ପ୍ରଧାନମନ୍ତ୍ରୀ। ଆଜି ଅପରାହ୍ନ ୪ଟା ୫୫ ମିନିଟରେ ଭୁବନେଶ୍ୱରର ଜନତା ମଇଦାନରେ ରାଜ୍ୟପାଳ ରଘୁବର ଦାସ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଶପଥ ନେବେ। ଏଥି ସହିତ ନୂଆ ମୁଖ୍ୟମନ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ମଧ୍ୟ ଶପଥ ନେବେ ବୋଲି ଜଣାପଡିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.5 ° C
    25.5 °
    25.5 °
    65 %
    3.2kmh
    72 %
    Sun
    25 °
    Mon
    38 °
    Tue
    37 °
    Wed
    38 °
    Thu
    36 °

    ସମ୍ବନ୍ଧିତ