Friday, April 3, 2026
36.1 C
Odisha

    ‘ଭୁବନେଶ୍ବରରେ ହେବ ବିଶ୍ବସ୍ତରୀୟ ଷ୍ଟାଡିୟମ୍’ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଓଡ଼ିଶାରୁ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ସୃଷ୍ଟି ପାଇଁ ରାଜ୍ୟ ସରକାର ବହୁବିଧ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ଭୁବନେଶ୍ବରରେ ଆଉ ଏକ ବିଶ୍ବସ୍ତରୀୟ ଷ୍ଟାଡିୟମ୍ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରବିବାର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ କଣ୍ଟିନେଣ୍ଟାଲ ବ୍ରୋଞ୍ଜ ଆଥଲେଟିକ୍ ପ୍ରତିଯୋଗିତାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ସରକାର ଉଦ୍ୟମ କରୁଛନ୍ତି। ଆଗାମୀ ଦିନରେ ଓଡ଼ିଶାରେ ବିଶ୍ବସ୍ତରୀୟ ପ୍ରତିଯୋଗିତା ଆୟୋଜନ କରିବା ଦିଗରେ କାମ କରୁଛୁ। ତୃଣମୂଳସ୍ତରରେ କ୍ରୀଡ଼ା ପ୍ରତିଭାଙ୍କ ବିକାଶ ପାଇଁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି। ସମସ୍ତ ବ୍ଲକ୍‌ରେ ଆଧୁନିକ ଷ୍ଟାଡିୟମ୍ ନିର୍ମାଣ କରାଯାଉଛି। ଏଥିପାଇଁ ୪ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟ କରି ଭିତ୍ତିଭୂମି ସୁଦୃଢ଼ କରାଯିବ। ଏଥିସହ ଭୁବନେଶ୍ବରରେ ୧୦୦୦ କୋଟି ଟଙ୍କାର ସ୍ପୋର୍ଟ୍ସ କମ୍ପ୍ଲେକ୍ସ ନିିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.1 ° C
    36.1 °
    36.1 °
    21 %
    2.5kmh
    0 %
    Fri
    40 °
    Sat
    39 °
    Sun
    38 °
    Mon
    38 °
    Tue
    39 °

    ସମ୍ବନ୍ଧିତ