Sunday, October 11, 2026
22.8 C
Odisha

    ଭୁବନେଶ୍ଵରରେ ପହଞ୍ଚିଲା ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ଭୁବନେଶ୍ଵରରେ ପହଞ୍ଚିଲା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର। ସ୍ଵତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଆସି ଭୁବନେଶ୍ଵରରେ ପହଞ୍ଚିଛି। ବିମାନ ବନ୍ଦରରେ ତାଙ୍କୁ ଗାର୍ଡ଼ ଅଫ୍‌ ଅନର ପ୍ରଦାନ କରାଯାଇଛି। ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ ପାଇଁ ବିମାନବନ୍ଦରରେ ଲୋକଙ୍କ ଭିଡ଼ ଜମିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ବାଚସ୍ପତି ସୁରମା ପାଢୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସମେତ ବହୁ ସଂଖ୍ୟକ ନେତା ଓ କର୍ମୀ ଏବଂ ପ୍ରଶାସନିକ ଅଧିକାରୀ ବିମାନବନ୍ଦରରେ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଦର୍ଶନ କରିଛନ୍ତି। ଆସନ୍ତାକାଲି ସ୍ୱର୍ଗଦ୍ୱାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ।

    ସୂଚନାଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ତଥା ଭାରତର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ଆଜି ପରଲୋକ ଘଟିଛି। ଦିଲ୍ଲୀ ଏମ୍ସରେ ୮୩ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡିତ ଥିଲେ। ବାଜପେୟୀଙ୍କ ସରକାରରେ ସେ ପରିବହନ ମନ୍ତ୍ରୀ ଥିଲେ। ୧୯୮୮ ମସିହାରୁ ୧୯୯୩ ମସିହା ପର୍ଯ୍ୟନ୍ତ ସେ ରାଜ୍ୟ ବିଜେପି ସଭାପତି ଥିଲେ। ୧୯୯୩ ମସିହାରୁ ୧୯୯୫ ମସିହା ପର୍ଯ୍ୟନ୍ତ ସେ ରାଜ୍ୟ ବିଜେପିର ସାଧାରଣ ସମ୍ପାଦକ ଥିଲେ। ପୁର୍ନବାର ୧୯୯୫ ମସିହାରୁ ୧୯୯୭ ମସିହା ଯାଏଁ ବିଜେପି ସଭାପତି ହୋଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.8 ° C
    22.8 °
    22.8 °
    82 %
    0.9kmh
    0 %
    Sat
    22 °
    Sun
    30 °
    Mon
    29 °
    Tue
    30 °
    Wed
    30 °

    ସମ୍ବନ୍ଧିତ